ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୨ଟାରେ ପାଲଲହଡ଼ାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ସାଙ୍ଗକୁ ପ୍ରବଳ ଘଡଘଡି ହୋଇଥିଲା। ଏହି ସମୟରେ ଗୋରୁ ଗୋଠରେ ଚରୁଥିବା ୨୩ଟି ଗାଈ ବଜ୍ରପାତ ଯୋଗୁ ସେଠାରେ ଟଳି ପଡିଥିଲେ। ଗୋରୁ ପଲରେ ଗ୍ରାମର ମୁଣ୍ଡାରୀ ନାୟକଙ୍କ ୨ଟି, ଭୁବନ ପ୍ରଧାନଙ୍କ ୩, କପିଳ ନାୟକଙ୍କ ୨, ଦାସୀ ପ୍ରଧାନଙ୍କ ୧, ଦୁର୍ଯ୍ୟୋଧନ ଦେହୁରୀଙ୍କ ୧, ଅମିନ ଠାକୁରଙ୍କ ୬, ଘାସିରାମ ଗିରିଙ୍କ ୪, ସାହେବ ନାଏକଙ୍କ ୨, କାଳିଆ ବାରିକଙ୍କ ୨ଟି ଗୋରୁଥିଲେ ବୋଲି ଜଣାପଡିଛି I ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ପିତ୍ତନ ବାରିକ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ପହଞ୍ଚିଥିଲେ। ପରେ ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସ୍ଥାନୀୟ ତହସିଲଦାର ଏବଂ ଆର୍ଆଇଙ୍କୁ ଘଟଣାର ତଦନ୍ତ ପାଇଁ ପଠାଇଥିଲେ। ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ କହିଛନ୍ତି।
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
Archives


