ବଜ୍ରପାତରେ ୨୩ ଗୋରୁ ମୃତ

ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୨ଟାରେ ପାଲଲହଡ଼ାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ସାଙ୍ଗକୁ ପ୍ରବଳ ଘଡଘଡି ହୋଇଥିଲା। ଏହି ସମୟରେ ଗୋରୁ ଗୋଠରେ ଚରୁଥିବା ୨୩ଟି ଗାଈ ବଜ୍ରପାତ ଯୋଗୁ ସେଠାରେ ଟଳି ପଡିଥିଲେ। ଗୋରୁ ପଲରେ ଗ୍ରାମର ମୁଣ୍ଡାରୀ ନାୟକଙ୍କ ୨ଟି, ଭୁବନ ପ୍ରଧାନଙ୍କ ୩, କପିଳ ନାୟକଙ୍କ ୨, ଦାସୀ ପ୍ରଧାନଙ୍କ ୧, ଦୁର୍ଯ୍ୟୋଧନ ଦେହୁରୀଙ୍କ ୧, ଅମିନ ଠାକୁରଙ୍କ ୬, ଘାସିରାମ ଗିରିଙ୍କ ୪, ସାହେବ ନାଏକଙ୍କ ୨, କାଳିଆ ବାରିକଙ୍କ ୨ଟି ଗୋରୁଥିଲେ ବୋଲି ଜଣାପଡିଛି I ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ପିତ୍ତନ ବାରିକ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ପହଞ୍ଚିଥିଲେ। ପରେ ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସ୍ଥାନୀୟ ତହସିଲଦାର ଏବଂ ଆର୍‌ଆଇଙ୍କୁ ଘଟଣାର ତଦନ୍ତ ପାଇଁ ପଠାଇଥିଲେ। ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri