ବଜ୍ରପାତରେ ୨୩ ଗୋରୁ ମୃତ

ପାଲଲହଡ଼ା, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତ ବାଲିବାହାଳ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୨୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୨ଟାରେ ପାଲଲହଡ଼ାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ସାଙ୍ଗକୁ ପ୍ରବଳ ଘଡଘଡି ହୋଇଥିଲା। ଏହି ସମୟରେ ଗୋରୁ ଗୋଠରେ ଚରୁଥିବା ୨୩ଟି ଗାଈ ବଜ୍ରପାତ ଯୋଗୁ ସେଠାରେ ଟଳି ପଡିଥିଲେ। ଗୋରୁ ପଲରେ ଗ୍ରାମର ମୁଣ୍ଡାରୀ ନାୟକଙ୍କ ୨ଟି, ଭୁବନ ପ୍ରଧାନଙ୍କ ୩, କପିଳ ନାୟକଙ୍କ ୨, ଦାସୀ ପ୍ରଧାନଙ୍କ ୧, ଦୁର୍ଯ୍ୟୋଧନ ଦେହୁରୀଙ୍କ ୧, ଅମିନ ଠାକୁରଙ୍କ ୬, ଘାସିରାମ ଗିରିଙ୍କ ୪, ସାହେବ ନାଏକଙ୍କ ୨, କାଳିଆ ବାରିକଙ୍କ ୨ଟି ଗୋରୁଥିଲେ ବୋଲି ଜଣାପଡିଛି I ଘଟଣାସ୍ଥଳରେ ସ୍ଥାନୀୟ ସରପଞ୍ଚ ପିତ୍ତନ ବାରିକ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ସାହୁ ପହଞ୍ଚିଥିଲେ। ପରେ ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସ୍ଥାନୀୟ ତହସିଲଦାର ଏବଂ ଆର୍‌ଆଇଙ୍କୁ ଘଟଣାର ତଦନ୍ତ ପାଇଁ ପଠାଇଥିଲେ। ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri