ବଜ୍ରପାତରେ ୨ ଜୀବନ ଗଲା

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫିରିଙ୍ଗିଆ,୨ା୬- କନ୍ଧମାଳ ଜିଲାରେ ସୋମବାର ଅପରାହ୍ନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଚକାପାଦ ଥାନା ଚକାପାଦ ଗ୍ରାମ ନୂଆସାହିର ସୁମନ୍ତ ବିଷୋୟୀ (୨୮) ଓ ଫିରିଙ୍ଗିଆ ବ୍ଲକ ରବଙ୍ଗିଆ ପଞ୍ଚାୟତ ବଙ୍ଗମୁଣ୍ଡାର ଦାନାସିଂ କହଁର ା ସୁମନ୍ତ ଦାଣ୍ଡରେ ଠିଆ ହୋଇଥିବା ବେଳେ ବଜ୍ରପାତ ହେବାରୁ ଗୁରୁତର ହୋଇଥିଲେ। ପରିବାର ଲୋକେ ତାଙ୍କୁ ବ୍ରାହ୍ମଣପାଦ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ।ଏ ନେଇ ଚକାପାଦ ଥାନାରେ ନଂ.୧/୨୦ରେ ଅପମୃତ୍ୟୁ ମାମଲା ହୋଇଛି। ଅନ୍ୟପକ୍ଷରେ ବଜ୍ରପାତରେ ବ୍ରାହ୍ମଣପାଦ ପଞ୍ଚାୟତ ଅର୍ଚ୍ଚାଙ୍ଗି ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟ ଏକ ଗଛମୂଳରେ ଥିବା ୧୦ ଗୋରୁଙ୍କ ମୃତ୍ୟୁ ଘଟିଛି ।
ସେହିପରି ରବଙ୍ଗିଆ ପଞ୍ଚାୟତ ବଙ୍ଗମୁଣ୍ଡାଠାରେ ବଜ୍ରପାତରେ ଦାନାସିଂ କହଁରଙ୍କ ମୃତ୍ୟୁ ଘଟିଥିବା ବେଳେ ଧନଞ୍ଜୟ କହଁର ଓ ଗୁନି କହଁର ଗୁରୁତର ହୋଇଛନ୍ତି। ଦାନାସିଂ ବାରଣ୍ଡାରେ ବସିଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଅନ୍ୟ ଏକ ସ୍ଥାନରେ ଥିବା ଧନଞ୍ଜୟ ଓ ଗୁନି ମଧ୍ୟ ବଜ୍ରପାତରେ ଆହତ ହୋଇ ଫିରିଙ୍ଗିଆ ମେଡ଼ିକାଲରେ ଭର୍ତ୍ତିି ହୋଇଥିଲେ। ଧନଞ୍ଜୟଙ୍କ ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ମେଡିିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri