ବଜ୍ରପାତରେ ୨ ମୃତ, ୧୦ ବଖରା ମାଟିରେ ମିଶିଲା

ପଦ୍ମପୁର,୨୩ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ସାଙ୍ଗକୁ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଦ୍ୱୟ ହେଲେ ବିଷ୍ଣୁ ବିଶ୍ୱାସ ଓ ମଉମିତା ହତା। ପ୍ରଚଣ୍ଡ ଝଡ଼ ତୋଫାନରେ ଗ୍ରାମର ୧୦ ପରିବାରଙ୍କର ମାଟିଘର ଭୁଶୁୁଡ଼ି ପଡ଼ିଛି। ଖବର ପାଇ ବାସୁଦେବପୁର ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ଓ ବିରସ ରାଜସ୍ବ ନୀରିକ୍ଷକ ତୁଷାର ପାତ୍ର ଘଟଣାସ୍ଥଳରେ ପହଞ୍ଚିି ଘର ଭାଙ୍ଗିଯାଇଥିବା ବ୍ୟକ୍ତିମାନଙ୍କୁ ପଲିଥିନ ପ୍ରଦାନ କରିଛନ୍ତି। କଷିଆ ସାମୁଦ୍ରିକ ଥାନା ପୋଲିସ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଛି। ସେହିପରି ତିହିଡ଼ି ବ୍ଲକ ଅଧୀନ ବାହାବଳପୁର ପଞ୍ଚାୟତର ଦେବେନ୍ଦ୍ର ଧଳ ଓ ତାଙ୍କ ୩ ଭାଇଙ୍କର ଆଜବେଷ୍ଟସ୍‌ ଘର ଉପରେ ଏକ ଚାକୁଣ୍ଡା ଗଛ ପଡ଼ି ୪ ବଖରା ଘର ସମ୍ପୂର୍ଣ୍ଣ ନଷ୍ଟ ଭାଙ୍ଗି ଯାଇଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ରୁ ଅଧିକ ଫଳଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri