ବଜ୍ରପାତରେ ୩ କୃଷି ଶ୍ରମିକ ଗୁରୁତର

ସରଣ୍ଡା,୨୦।୭(ଡି.ଏନ.ଏ)
ବରଗଡ଼ ଜିଲାର ଅତାବିରା, ବରଗଡ଼ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତରେ ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଖଇରପାଲି ଗ୍ରାମର ୩ ମହିଳା କୃଷିଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ଏହି ଗ୍ରାମର ଗୁରୁବାରୀ କର୍ଣ୍ଣ(୪୦), ପଦ୍ମା ଭୁଏ(୪୦) ଏବଂ ସୁମିତ୍ରା ମଲ୍ଲିକ(୩୦) । ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଅତାବିରା ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଭର୍ତ୍ତି କରିଥିଲେ । ଗୁରୁବାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ପଦ୍ମା ଓ ସୁମିତ୍ରା ଅତାବିରା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି । ପ୍ରକାଶ ଯେ, ଏହି କୃଷି ଶ୍ରମିକମାନେ ଗ୍ରାମର ଜଣେ ଚାଷୀଙ୍କ କ୍ଷେତରେ ଧାନପହ୍ଲା ରୋଉଥିଲେ । ବର୍ଷା ଆସିବାରୁ ସେମାନେ ଘରକୁ ଫେରିବା ବାଟରେ ଏକ ଧାନଖଳାରେ ଆଶ୍ରୟ ନେବାକୁ ଆସୁଥିଲେ । ଧାନଖଳା ନିକଟରେପହଞ୍ଚିବା ପରେ ବଜ୍ରପାତ ହୋଇଥିଲା ଏବଂ ସେଠାରେ ସେମାନେ ଆହତ ହୋଇ ପଡ଼ିଥିଲେ । ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ ସେଠାରୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri