ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ ୬ଜଣଙ୍କର ଜୀବନ ନେଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଚାଷୀ। କେବଳ କେନ୍ଦ୍ରାପଡ଼ା ଜିଲାରେ ୫ଜଣ ମୃତ ଓ ୨ଜଣ ଆହତ ହୋଇଛନ୍ତି। ଗରଦପୁର ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ଗୋତ୍ରବିଲ ଗ୍ରାମର ଅଜୟ ନାୟକ(୪୫) ଓ ତିକନପୁର ପଞ୍ଚାୟତ ମରିଲୋ ଗ୍ରାମର ଦିଲୀପ ମଲ୍ଲିକ(୪୭) ବିଲରେ ଚାଷ କାର୍ଯ୍ୟ କରୁଥିବାବେଳେ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ହୋଇଥିଲା। ମହାକାଳପଡ଼ା ବ୍ଲକ କରଞ୍ଜ ପଞ୍ଚାୟତ ଅଧୀନ କରଞ୍ଜ ଗ୍ରାମର ଦୁଇଜଣ ଚାଷୀ ରଙ୍ଗନାଥ ବେହେରା(୫୦) ଓ ପାପୁନି ଦାସ (୨୨)ଙ୍କ ଉପରେ ବଜ୍ରପାତ ହେବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ସେହିପରି ମାର୍ଶାଘାଇ ବ୍ଲକ ବାଲିକଷୋଟି ଗ୍ରାମର ବିଜୟ କୁମାର ନାୟକ(୬୨)ଙ୍କର ମଧ୍ୟ ବଜ୍ରପାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେପଟେ ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ ବନ୍ତୁ ଭୋଇସାହି ଗ୍ରାମର ଗୀତା ଭୋଇ(୪୫)ଙ୍କର ମୃତ୍ୟୁ ହୋଇଥିବାବେଳେ ଉକ୍ତ ଗ୍ରାମର ବିଜୟ ଭୋଇ(୫୫) ଓ ଚଞ୍ଚଳ ଭୋଇ(୫୦) ବଜ୍ରପାତରେ ଗୁରୁତର ଆହତ ହୋଇଛନ୍ତି। ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାକୁ ବଜ୍ରପାତ ଆଶଙ୍କା ରହିଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ସମୟରେ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ଲଘୁଚାପ ବର୍ଷା ଆଉ ୩ଦିନ ପ୍ରବଳ ବର୍ଷିବ। ତେବେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଗୁରୁବାର ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ଓ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୩ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂଭରଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୨୪ରେ ନବରଙ୍ଗପୁର, କଳାହାଣ୍ଡି, ବରଗଡ଼ ଓ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?