ବଜ୍ରପାତ ନେଲା ଜୀବନ

ପାଣ୍ଡ୍ରିପାଣି,୬।୬(ଡି.ଏନ୍‌.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪) ଓ ନିଳକଣ୍ଠ ଭୁମିଆ (୪୫) ପୂର୍ବାହ୍ନ ୯ଟାରେ ଗାଈ, ଛେଳି ଓ ମେଣ୍ଢା ଚରାଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଗଁାଲୋକେ ଜାଣିବା ପରେ ସେମାନଙ୍କୁ ପାଣ୍ଡ୍ରିପାଣି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ରଘୁନାଥଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ମାଲକାନଗିରି ପଠାଇଛି। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri