ବଜ୍ରପାତ ନେଲା ୨ ଜୀବନ

ବସ୍ତା,୧୮।୪(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଆଳୁମେଦା ଗ୍ରାମରେ ଶନିବାର  କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଯୋଗୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବିମଳ ପ୍ରଧାନଙ୍କ ପୁଅ ଜଗନ୍ନାଥ (୨୨) ଏବଂ କାର୍ତ୍ତିକ ପ୍ରଧାନଙ୍କ ପୁଅ କାଳୀଚରଣ (୧୯)। ବର୍ଷା ସମୟରେ ଉଭୟ ଘର ପାଖ ନଳକୂଅକୁ ପାଣି ଆଣିବା ପାଇଁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଚିକିତ୍ସା ପାଇଁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ା