ବଞ୍ଚିବାକୁ ରାହା ଖୋଜୁଛନ୍ତି ମମତା

ଆରଡ଼ି,୩।୨(ଡି.ଏନ.ଏ.)-ପରିବାର ନିୟୋଜନ ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଖାମଖିଆଲି ଯୋଗୁ ଖାଦ୍ୟନଳୀ କଣା ହୋଇଯାଇଛି। ଚିକିତ୍ସା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ ସରିଲାଣି। ତଥାପି ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି। ଔଷଧ କିଣିବାକୁ ଆଉ ସମ୍ବଳ ନାହିଁ। ପରିବାର ଲୋକ ନିରାଶ ହୋଇପଡ଼ିଛନ୍ତି। ଏଭଳି ପରିସ୍ଥିତିରେ ଅସ୍ତ୍ରୋପଚାର କରାଇଥିବା ମହିଳା ଜଣଙ୍କ ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋହରାପାଟଣା ଗଁାରେ।
ଏହି ଗଁାର ଭରତ ପଲାଇଙ୍କ ସ୍ତ୍ରୀ ମମତା। ପରିବାର ଲୋକଙ୍କ କହିବା ଅନୁଯାୟୀ, ମମତା ଗତ ଡିସେମ୍ବର ୨୭ରେ ପରିବାର ନିୟୋଜନ ଅସ୍ତ୍ରୋପଚାର ଲାଗି ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଏହାର ଦୁଇଦିନ ପରେ ତାଙ୍କର ଯନ୍ତ୍ରଣା ବନ୍ଦ ନ ହେବା ଓ ପେଟ ଫୁଲି ଯିବାରୁ ସେହି ଡାକ୍ତରଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ଡାକ୍ତର ଜଣଙ୍କ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ସେମାନେ ମମତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ତାଙ୍କ ଖାଦ୍ୟନଳୀରେ କଣା ହୋଇଥିବା ଓ ସେଥିରେ ପୂଜ ଜମିଥିବା ଜଣାପଡ଼ିଥିଲା। ସେଠାରେ ୫ ଦିନ ଚିକିତ୍ସିତ ହେବା ପରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟରେ କୌଣସି ପରିବର୍ତ୍ତନ ନ ହେବାରୁ ତାଙ୍କୁ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଇ ଗଁାକୁ ନେଇଆସିଛନ୍ତି। ଭରତ ଗୁଜରାଟରେ ଦାଦନ ଭାବେ କାମ କରନ୍ତି। ଜମିବାଡ଼ି ବିକିବା ସହ ଧାର କରଜ କରି ପ୍ରାୟ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରି ସାରିଲେଣି। ଏବେ ମମତାଙ୍କ ଔଷଧ କିଣିବା ପାଇଁ ତାଙ୍କ ପାଖରେ ଅର୍ଥ ଅଭାବ। ଏ ସମ୍ପର୍କରେ ତାଙ୍କ ପରିବାର ସ୍ଥାନୀୟ ସରପଞ୍ଚ ଶ୍ରୀକାନ୍ତ ନାୟକ ଓ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ଭେଟି ଦୁଃଖ ଜଣାଇଛନ୍ତି। ସେମାନେ ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ପ୍ରକାଶ କରିଛନ୍ତି।
ମମତାଙ୍କୁ ଆର୍ଥିକ ସାହାଯ୍ୟ ଯୋଗାଇ ଦେବାକୁ ସରପଞ୍ଚଙ୍କ ସମେତ ଗ୍ରାମବାସୀ ଗତ ଶୁକ୍ରବାର ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ସମ୍ପୃକ୍ତ ଡାକ୍ତରଙ୍କ ଖାମଖିଆଲି ଯୋଗୁ ମମତା କଷ୍ଟ ପାଇବା ସହ ମୃତ୍ୟୁ ସହ ଲଢ଼େଇ କରୁଥିବା ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁଙ୍କୁ ସେମାନେ ଅବଗତ କରିଥିଲେ। ନିୟମ ଅନୁସାରେ ସରକାରୀ ସାହାଯ୍ୟ ଯୋଗାଇ ଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ମମତା ସଂକଟାପନ୍ନ ଅବସ୍ଥାରେ ନିଜ ଘରେ ପଡ଼ି ରହିଥିବାବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଦେଖିବାକୁ ସ୍ବାସ୍ଥ୍ୟ ବିଭାଗର କୌଣସି ଅଧିକାରୀ କିମ୍ବା କର୍ମଚାରୀ ମଧ୍ୟ ଆସି ନ ଥିବା ଅଭିଯୋଗ ହେଉଛି। ତାଙ୍କୁ ତୁରନ୍ତ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ବିଭିନ୍ନ ମହଲରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri