Posted inଖେଳ

ବଞ୍ଜା ଲୁକା ଚ୍ୟାଲେଞ୍ଜର: ଫାଇନାଲରେ ନାଗାଲ

ବଞ୍ଜା ଲୁକା, ୧୫।୯(ପି.ଟି)- ବୋସନିଆ ଓ ହର୍ଜଗୋଭିନାର ବଞ୍ଜା ଲୁକାଠାରେ ଚାଲିଥିବା ଚ୍ୟାଲେଞ୍ଜର ଟେନିସ ଟୁର୍ନାମେଣ୍ଟରେ ଭାରତୀୟ ଯୁବ ଖେଳାଳି ସୁମିତ ନାଗାଲ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ ସେ ସ୍ଲୋଭାକିଆର ଫିଲିପ୍‌ ହୋରାନ୍‌ସ୍କିଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଶ୍ରେଷ୍ଠ ୧୭୪ତମ ସ୍ଥାନରେ ଥିବା ନାଗାଲ ପଞ୍ଚମ ସିଡ୍‌ ହୋରାନ୍‌ସ୍କିଙ୍କୁ ୭-୬, ୬-୨ ସେଟରେ ହରାଇ ଫାଇନାଲକୁ ଉଠିଛନ୍ତି। ବିଜୟୀ ହେବାପାଇଁ ନାଗାଲଙ୍କୁ ଏକ ଘଣ୍ଟା ୪୪ ମିନିଟ ସମୟ ଆବଶ୍ୟକ ହୋଇଥିଲା। ଟାଇଟଲ ପାଇଁ ସେ ଫାଇନାଲରେ ନେରଦଲାଣ୍ଡର ଟାଲୋନ ଗ୍ରିକ୍ସପୁଅରଙ୍କୁ ଭେଟିବେ।
ଗତମାସ ନାଗାଲ ୟୁଏସ୍‌ ଓପନ୍‌ରେ କ୍ୟାରିୟରରେ ପ୍ରଥମଥର ପାଇଁ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସୁଯୋଗ ପାଇଥିଲେ। ହରିୟାଣାର ୨୨ ବର୍ଷୀୟ ନାଗାଲ କ୍ୱାଲିଫାଇଙ୍ଗ ରାଉଣ୍ଡରେ ଦମ୍‌ଦାର ପ୍ରଦର୍ଶନ କରି ମୁଖ୍ୟ ଡ୍ରରେ ସାମିଲ ହୋଇଥିଲେ। ସେ ପ୍ରଥମ ରାଉଣ୍ଡରେ ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ରୋଜର ଫେଡରରଙ୍କୁ ପ୍ରଥମ ସେଟ୍‌ରେ ହରାଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ପରେ ଫେଡରର ପ୍ରତ୍ୟାବର୍ତ୍ତନ କରିଥିଲେ ଓ ନାଗାଲ ୬-୪, ୧-୬, ୨-୬, ୪-୬ ସେଟରେ ପରାସ୍ତ ହୋଇଥିଲେ। ଅନ୍ୟପଟେ ସାଙ୍ଘାଇରେ ଚାଲିଥିବା ଚ୍ୟାଲେଞ୍ଜର ଟୁର୍ନାମେଣ୍ଟରେ ଭାରତର ଅନ୍ୟତମ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ସେ ଜାପାନର ୟାସୁଟାକା ଉଚିୟାମାଙ୍କଠାରୁ ୬-୭, ୪-୬ ସେଟରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri