ବଟି ମାଗି ଯୁବକ ଗିରଫ:ବାଇକ ଜବତ

ବଡ଼ସାହି,୨୭ା୭(ସ୍ବ.ପ୍ର)- ଦୋକାନୀଙ୍କୁ ବଟି ମାଗିବା ଅଭିଯୋଗରେ ବଡ଼ସାହି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣଙ୍କ ହେଲେ ବଡ଼ସାହିର ସିପୁନ କୁମାର ସେଠୀ (୨୨) ା ବଡ଼ସାହି ବଜାରରେ ଜଳଖିଆ ଦୋକାନ କରିଥିବା ଅଜିତ କୁମାର ସାହୁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ଜଳଖିଆ ଦୋକାନରେ ଚୋରା ମଦ ବିକ୍ରି ହେଉଥିବା ଅଭିଯୋଗ କରି ସିପୁନ ତାଙ୍କୁ ୫୦୦ଟଙ୍କା ବଟି ମାଗିଥିଲେ ା

ଅଜିତ ବଟି ଦେଇପାରିବେ ନାହିଁ କହିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ା ଏହି ସମୟରେ ସିପୁନ ଅଜିତଙ୍କ ପକେଟରୁ ବଳପୂର୍ବକ ୫ ଶହ ଟଙ୍କା ଛଡ଼ାଇ ନେଇଥିଲେ ା ଘଟଣା ପ୍ରକାଶ ନ କରିବାକୁ ମଧ୍ୟ ଧମକ ଦେଇଥିବା ଅଭିଯୋଗରେ ଉଲ୍ଲେଖ ଅଛି ା ଅଭିଯୋଗକୁ ଭିତ୍ତିିି କରି ପୋଲିସ ଏକ ମାମଲା (ନଂ.୧୦୫/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ବ୍ୟବହାର କରୁଥିବା ଏକ ବାଇକ୍‌କୁ ମଧ୍ୟ ପୋଲିସ ଜବତ କରିଛି ା ଅଭିଯୁକ୍ତ ଜଣଙ୍କ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳର ଯୁବନେତା ଭାବେ ନିଜକୁ ପରିଚୟ ଦେଉଥିବା ବେଳେ କିଛି ଦିନ ଧରି ଖବରଦାତା ଭାବେ ବିଭିନ୍ନ ଲୋକଙ୍କୁ ବ୍ଲାକମେଲିଂ କରୁଥିବା ତଦନ୍ତକାରୀ ଅଧିକାରୀ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

କଲରାପତରିଆ ବାଘର ମୃତଦେହ ଠାବ: ଶିମିଳିପାଳ ଅଭୟାରଣ୍ୟରୁ ଖସି ଆସି…

ନୀଳଗିରି,୧୨।୫(ପ୍ରଶାନ୍ତ କୁମାର ବିଶ୍ବାଳ)ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ମୃତଦେହ ଠାବ। ସୋମବାର ବିଳମ୍ବିତ ରାତିରେ ବାଘଟି କୁଳଡିହା କିମ୍ବା…

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ରାଜପଥରେ ଟ୍ରକକୁ ପିଟିଲା ହାଇୱା   ହେଲପର ମୃତ, ଡ୍ରାଇଭର ଗୁରୁତର

 ବାଲେଶ୍ୱର,୫।୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥ ରୂପସା ଥାନା ଅନ୍ତର୍ଗତ ଯୁକନଣ୍ଡି ଛକ ନିକଟରେ ମଙ୍ଗଳବାର ଏକ ମର୍ମଦୁନ୍ତ ସଡ଼କ  ଦୁର୍ଘଟଣା ଘଟିଛି…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri