Categories: ଜାତୀୟ

ବଡଗାମ୍‌ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍‌ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ଗୁଳି ମାଡ ଆରମ୍ଭ କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା ଭାରତୀୟ ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ସାମୟିକ ଭାବେ ମୋବାଇଲ ଏବଂ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି।

Share