ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ

ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ ପ୍ରଥମେ ଶିଳାନ୍ୟାସ ନିମନ୍ତେ ଏକ ଫଳକର ଉନ୍ମୋଚନ କରିଥିଲେ। ସିଏସଆର ଯୋଜନାରେ ରୁଙ୍ଗଟା କମ୍ପାନୀ ମୋଟ ୭୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ସ୍ତମ୍ଭର ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯାଇ ଡିସେମ୍ବର ଶେଷ ସୁଦ୍ଧା ଉଦ୍‌ଘାଟନର ଲକ୍ଷ୍ୟ ରଖାଯାଇଥିବା ଏଚଆର ଓ ଆଡମିନ ଯୁଗ୍ମ ସଭାପତି ରାମୁ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକୁ ପୌରପରିଷଦ ଓ ପୂର୍ତ୍ତ ବିଭାଗୀୟ ଅଧିକାରୀଙ୍କ ତଦାରଖରେ ହେବ ବୋଲି ଜଣାପଡିଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବଡବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା, ପୌରନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା, ହୀରକ ମଜୁମଦାର ଓ ଲଳିତ ନାରାୟଣ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri