ବଡ଼ଦିନ ଉପଲକ୍ଷେ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼

ଭୋଗରାଇ, ୨୫।୧୨(ଡି.ଏନ.ଏ.)-ବଡ଼ଦିନ ଉପଲକ୍ଷେ ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ସହ ବାଲିଆପାଳର ଚୌମୁଖ, ଡଗରା ଓ ଚାନ୍ଦିପୁର ସମୁଦ୍ର ବେଳାଭୂମି ଉତ୍ସବମୁଖର ହୋଇଉଠିଛି। ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର ଓ ମନ୍ଦାରମଣିରେ ମଧ୍ୟ ଅସଂଖ୍ୟ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଦୀଘାରେ ସହସ୍ରାଧିକ ହୋଟେଲ, ତାଳସାରୀ ଓଟିଡ଼ିସି ସହ ବିଭିନ୍ନ ପାର୍କରେ ବିଦ୍ୟୁତ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି। ଦୂରଦୂରାନ୍ତରୁ ବହୁ ପର୍ଯ୍ୟଟକ ଦୀଘା, ଉଦୟପୁର, ତାଳସାରୀ ବେଳାଭୂମିର ସୌନ୍ଦର୍ଯ୍ୟ ଉପଭୋଗ କରିବା ସହ ସମୁଦ୍ରରେ ଗାଧୋଇବାର ମଜା ନେଇଛନ୍ତି। ଝାଉଁ ଜଙ୍ଗଲରେ ପର୍ଯ୍ୟଟକମାନେ ଦଳ ଦଳ ହୋଇ ଭୋଜିଭାତର ଆସର ଜମାଇଛନ୍ତି। ଦୀଘାରେ ଅମରାବଦୀ ପାର୍କ, ବିଜ୍ଞାନକେନ୍ଦ୍ର, ବିଶ୍ୱ ବାଣିଜ୍ୟ କେନ୍ଦ୍ର ସହ ବିଭିନ୍ନ ସ୍ଥାନରେ ଥିବା ଦର୍ଶନୀୟ ସ୍ଥାନକୁ ପର୍ଯ୍ୟଟକମାନେ ବୁଲି ଦେଖିଛନ୍ତି। ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଚନ୍ଦନେଶ୍ୱର, ତାଳସାରୀ, ଉଦୟପୁର, ଦୀଘାର ସମସ୍ତ ରାସ୍ତାରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri