ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା ଡିଏଫ୍‌ଓ ନୃସିଂହଚରଣ ମିଶ୍ର ପ୍ରକାଶ କରିଛନ୍ତି।
ବନ ବିଭାଗର ସୂଚନା ଅନୁଯାୟୀ, କିଛି ଦିନ ହେଲା ବୃଦ୍ଧା ହାତୀଟି ତା’ ଛୁଆ ସହ ବଡ଼ରମା ପଥୁରିଆ ଜଙ୍ଗଲ ପାଖାପାଖି ବୁଲାବୁଲି କରୁଥିଲା। ଏହା ଦେଖି ଗାଁଲୋକ ବନ ବିଭାଗ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଶୁକ୍ରବାର ରାତିରେ ବଡ଼ରମା ବନ ବିଭାଗ ପକ୍ଷରୁ ଜମନକିରା ପ୍ରାଣୀ ଚିକିତ୍ସକ ଡା. ସାରଦାପ୍ରସନ୍ନ ସିଂବରିହାଙ୍କୁ ନେଇ ଚିକିତ୍ସା କରିବା ପାଇଁ ଚେଷ୍ଟା କରାଯାଇଥିଲା। ତେବେ ପାଖରେ ଥିବା ଛୁଆହାତୀର ଅବସ୍ଥିତି ଯୋଗୁ ଡାକ୍ତର ଚିକିତ୍ସା ପାଇଁ ସାହସ କରିପାରି ନ ଥିଲେ। ଆଜି ପୁନର୍ବାର ହାତୀଥିବା ସ୍ଥାନକୁ ଚିକିତ୍ସା ପାଇଁ ଯାଇଥିବା ବେଳେ ହାତୀଟିର ମୃତ୍ୟୁ ହୋଇଥିବା ଜାଣିଥିଲେ। ବ୍ୟବଚ୍ଛେଦ ପରେ ଏକ ଜେସିବି ସାହାଯ୍ୟରେ ମାଟି ଖୋଳି ମୃତ ହାତୀଟିକୁ ପୋତି ଦିଆଯାଇଥିବା ଜଣାପଡ଼ିଛି। ହାତୀଟିର ବୟସ ୫୦ରୁ ୬୦ ହୋଇଥିବା ବେଳେ ବାର୍ଦ୍ଧକ୍ୟ ଯୋଗୁ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଡିଏଫ୍‌ଓ ପ୍ରକାଶ କରିଛନ୍ତି। ଏଥିରେ ଡିଏଫ୍‌ଓଙ୍କ ସମେତ ଏସିଏଫ୍‌ ଯଦୁମଣୀ କେର୍କେଟା, ରେଞ୍ଜର ରିସ୍ନା ଜାମୁଡାଳିଆ, ଫରେଷ୍ଟର, ଫରେଷ୍ଟଗାର୍ଡ, ବିଟ ଗାର୍ଡ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri