Posted inଜାତୀୟ

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ଦିନ। ସେ ମନେ ପକାଇଥିଲେ ଯେ ୧୯୪୩ରେ ଏହି ଦିନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ପୋର୍ଟ ବ୍ଲେୟାରରେ ଭାରତୀୟ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।

ଅମିତ ଶାହା ଆହୁରି କହିଛନ୍ତି ଯେ ଏପ୍ରିଲରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସେ ଗତ ୧୫ ବର୍ଷ ଧରି ଟିଏମସିର ଶାସନକୁ ସମାଲୋଚନା କରି କହିଛନ୍ତି, ଏହି ସମୟ ମଧ୍ୟରେ ବଙ୍ଗଳା ଭୟ, ଦୁର୍ନୀତି ଏବଂ କୁଶାସନ ଦ୍ୱାରା ଶାସିତ ହୋଇଛି, ଯାହା ଫଳରେ ଲୋକମାନେ ଭୟଭୀତ ଏବଂ ଆତଙ୍କିତ ଅନୁଭବ କରୁଛନ୍ତି। ୨୦୨୬ରେ ବେଙ୍ଗଲରେ ଭାଜପା ସରକାର ବୋଲି ଶାହା ନିଶ୍ଚିତ କରିଛନ୍ତି। ଶାହା କହିଛନ୍ତି, ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ କରି ସରକାର ଗଠନ କରିଛୁ।୨୦୨୬ରେ ଦୁଇତୃତୀୟାଂଶ ସଂଖ୍ୟା ଗରିଷ୍ଠତା ସହ ବେଙ୍ଗଲରେ ସରକାର। ବେଙ୍ଗଲ ଏକ ଗରିବ ରାଜ୍ୟ, ମାତ୍ର ମନ୍ତ୍ରୀଙ୍କ ଘରୁ ମିଳୁଛି ୨୭ କୋଟି। ବେଙ୍ଗଲରେ ମହିଳାମାନେ ଅସୁରକ୍ଷିତ, ରାତିରେ ଘରୁ ବାହାରିବା ବିପଦ।ଏଠାରେ କ’ଣ ମୋଗଲ ଶାସନ ଚାଲିଛି ବୋଲି ଶାହା ପ୍ରଶ୍ନ କରିଛନ୍ତି।

ଶାହା କହିଛନ୍ତି, ଦେଶର GDP ଯୋଗଦାନରେ ବେଙ୍ଗଲର ଅବଦାନ ୧୦.୫।ମାତ୍ର ଆଜି ଯେଉଁ ଶିଳ୍ପ ସଂସ୍ଥା ବେଙ୍ଗଲ ଆସୁଛନ୍ତି, ଫେରି ଯାଉଛନ୍ତି।ଆୟୁଷ୍ମାନ ଭାରତ ଲାଗୁ ନ କରି ମମତା ଗରିବଙ୍କୁ ସୁବିଧାରୁ ବଞ୍ଚିତ କରିଛନ୍ତି। ସମସ୍ତ ସାମ୍ବିଧାନିକ ବ୍ୟବସ୍ଥାକୁ ମାଟିରେ ମିଶାଇ ସାରିଛନ୍ତି ମମତା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri