ବଡ଼ ଭାଇଙ୍କୁ ହତ୍ୟା କରି ବାଡ଼ିରେ ପୋତି ଦେଇଥିଲେ ସାନଭାଇ

ବାଲେଶ୍ୱର ଅଫିସ, ୧୫।୬: ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବାସୁଚକୁରି ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ନିଜ ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କରିବା ପରେ ଘର ବାଡ଼ି ପଟେ ମୃତଦେହ ପୋତି ଦେଇଥିଲେ। ମୃତକ ହେଲେ ରୋହିତ ହେମ୍ରମ (୩୦)। ଅଭିଯୁକ୍ତ ସାନ ଭାଇ ହେଲେ ଟିମା ହେମ୍ରମ।
ପ୍ରକାଶ ଯେ, ଗତ ୧୦ ତାରିଖରେ କୌଣସି କଥାକୁ ନେଇ ବଡ଼ ଭାଇ ରୋହିତ ଓ ସାନ ଭାଇ ଟିମାଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଟିମା ରୋହିତଙ୍କୁ ପିଟିପିଟି ମାରି ଦେଇଥିଲେ। ପରେ ତାଙ୍କ ମୃତଦେହକୁ ବାଡ଼ିରେ ପୋତି ଦେଇଥିଲେ। କୌଣସି ସୂତ୍ରରୁ ଖବର ସୋମବାର ପାଇ ପୋଲିସ ଟିମାଙ୍କୁ ତାଙ୍କ ଭାଇ ସମ୍ପର୍କରେ ପଚରାଉଚରା କରିଥିଲା। ସେ ଭାଇଙ୍କୁ ମାରି ପୋତି ଦେଇଥିବା ପୋଲିସ ନିକଟରେ ସ୍ବୀକାର ଥିଲେ। ପରେ ପୋଲିସ ଓ ଏକ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେ କରିବେ ବିବାହ! ଆସିଲା ପ୍ରସ୍ତାବ, ମାଆ କହିଲେ-‘ମୋତେ ଏମିତି ବୋହୂ ଦରକାର’

ନୂଆଦିଲ୍ଲୀ, ୨୭॥୭: କକ୍ରୋଚ ଜନତା ପାର୍ଟି (CJP)ର ନେତୃତ୍ୱରେ ଜନ୍ତରମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହିତ ସମାପ୍ତ ହୋଇଯାଇଛି। ସିଜେପି (CJP)ର ଏହି…

ସବୁଜ ବିକାଶର ଭିତ୍ତିଭୂମି

ଧୁନିକ ଯୁଗରେ ଶକ୍ତି ହେଉଛି ବିକାଶର ମୂଳ ଆଧାର। ବିଦ୍ୟୁତ୍‌ ବିନା ଆଜିର ଜୀବନଯାତ୍ରାକୁ କଳ୍ପନା କରିବା ଅସମ୍ଭବ। କିନ୍ତୁ ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଓ ସହରୀକରଣ…

ଗାଦିଚ୍ୟୁତ ହେବେ ଭାଜପା ସରକାର! CJP ପରେ ମୁଣ୍ଡ ଟେକିଲାଣି RHA; ୩୫ ଲକ୍ଷ ଫଲୋୟର୍ସ, E20 ଜନତା ପାର୍ଟି ବି ଦେଲାଣି ଟେନସନ

ନୂଆଦିଲ୍ଲୀ,୨୭।୭: ‘କକ୍ରୋଚ ଜନତା ପାର୍ଟି’ (CJP) ସୋସିଆଲ ମିଡିଆ – ବିଶେଷକରି ଇନଷ୍ଟାଗ୍ରାମ – ମାଧ୍ୟମରେ ଏତେ ବଡ଼ ପ୍ରତିବାଦ କରିଥିଲା ଯେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷାମନ୍ତ୍ରୀ…

ବିଭବେ ସ୍ବଭାବ ନଷ୍ଟ

ମଣିଷର ସ୍ବଭାବ ବା ପ୍ରକୃତି ଜନ୍ମଗତ, ଯାହାକୁ ନେଇ ସେ ଜନ୍ମ ହୋଇଥାଏ ଏବଂ ମୃତୁ୍ୟୁ ପର୍ଯ୍ୟନ୍ତ ଛାଡ଼ି ପାରେନା। ତେଣୁ ହୁଏତ କୁହାଯାଏ ‘ମଣିଷ ପ୍ରକୃତି…

ଯୁଦ୍ଧର ଦେୟ ମହଙ୍ଗା ପଡ଼ିପାରେ

ପ୍ରଥମ ବିଶ୍ୱଯୁଦ୍ଧ (ଜୁଲାଇ ୧୯୧୪- ନଭେମ୍ବର ୧୯୧୮)ର ଅବସାନ ହୋଇଥାଏ, ଏବେ କ୍ଳାନ୍ତି ମେଣ୍ଟାଇବାର ସମୟ। ୩ ମିତ୍ରଶକ୍ତି ପ୍ରାୟ ଛଅ ମିଲିୟନ ମାନବ ସମ୍ବଳ ହରେଇବା…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

କାହିଁକି ଘରକୁ ଫେରି ନାହାନ୍ତି ଅଭିତିଜ ଦୀପକେ? କେଉଁଠି ଅଛନ୍ତି? ଉଠିଲାଣି ଅନେକ ପ୍ରଶ୍ନ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଲେ; ଏବେ ପ୍ରହ୍ଲାଦ ଜୋଷୀ ଏହି ପଦ…

ଧର୍ମେନ୍ଦ୍ରଙ୍କ ପରେ ଜୋର୍‌ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…

ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri