ବଡ଼ ମେଡିକାଲକୁ ଆସିବ ବ୍ୟାଟେରି ଗାଡ଼ି

ଛତ୍ରପୁର,୨୫ା୯(ଡି.ଏନ.ଏ)-ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ବିଭିନ୍ନ ସମସ୍ୟା ସମାଧାନ ନିମନ୍ତେ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବଡ଼ ମେଡିକାଲର କେତେକ ସ୍ଥାନରେ ସିସି କ୍ୟାମେରା ଲାଗି ନ ଥିବାରୁ ଏହାକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ବାୟୋମେଟ୍ରିକ୍‌ ବ୍ୟବସ୍ଥା ବାଧ୍ୟତାମୂଳକ ହେବ ବୋଲି ଜିଲାପାଳ କହିଥିଲେ। ଆଉଟଡୋରରୁ ଇନ୍‌ଡୋରକୁ ରୋଗୀଙ୍କୁ ନେବା ପାଇଁ ବିଭିନ୍ନ ସମୟରେ ଅସୁବିଧା ହେଉଛି ା ଏଥିପାଇଁ ଏକ ବ୍ୟାଟେରୀ ଗାଡି କିଣିବାକୁ ବୈଠକରେ ସ୍ଥିର କରାଯାଇଛି ା
ଅନ୍ୟପକ୍ଷରେ ମେଡିକାଲର ସମସ୍ତ ସ୍ଥାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। ଏହାକୁ ତୁରନ୍ତ ତ୍ୱରାନ୍ବିତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମେଡ଼ିକାଲ ପରିସର ସଫେଇ ଉପରେ ବିଏମ୍‌ସି ଧ୍ୟାନ ଦେବାକୁ କୁହାଯାଇଥିଲା ା ଚାରାରୋପଣ ପାଇଁ ସ୍ଥିର ହୋଇଛି ା ମେଡିକାଲ ପରିସରରେ ଥିବା ଆଉଟପୋଷ୍ଟର କର୍ମଚାରୀ ସଂଖ୍ୟା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସେହିପରି ସମ୍ପୂର୍ଣ୍ଣ ଭାବେ ପାଚେରୀ ନିର୍ମାଣ, ପାର୍କିଂ ପାଇଁ ସ୍ଥାନ ଚିହ୍ନଟ, ୧.୫୦ କୋଟି ଟଙ୍କା ବ୍ୟୟରେ ଚାଲିଥିବା ସୁପର ସ୍ପେଶିଆଲିଷ୍ଟ ରୁମ୍‌ ଓ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ କୋଠା ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ଜିଲାପାଳ କହିଛନ୍ତି। ଯେଉଁ ଗାଁକୁ ଗୁଡିକୁ ଯୋଗାଯୋଗର ଅସୁବିଧା ଅଛି, ତାହାକୁ ପୋଷ୍ୟ ଭାବେ ଗ୍ରହଣ କରି ବଡ଼ ମେଡିକାଲର ଟିମ୍‌ ସେଠାକୁ ଯାଇ ସ୍ବାସ୍ଥ୍ୟ ଶିବିର କରିବାକୁ ନିଷ୍ପତ୍ତି ହୋଇଛି। ବୈଠକରେ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତାତ୍ରୟ ଭାଉସାହେବ, ଅତିରିିକ୍ତ ଏସପି ପି. କେ. ମିଶ୍ର, ଏମକେସିଜି ପ୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ, ଡିନ୍‌ ଡା. ରାଧାମାଧବ ତ୍ରିପାଠୀ, ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଚରଣ ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri