ବଡ ଡୁମ୍ବୁଳାଗାଁରେ ପଶିଲା ଝରଣା ପାଣି : ୨ ଶହ ପରିବାର ଜଳବନ୍ଦୀ

ଦିଗପହଣ୍ଡି,୨୬ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁରେ ସୀତାଦେଈ ପାହାଡର ଝରଣା ପାଣି ପଶିଯିବାରୁ ପ୍ରାୟ ୨ ଶହ ପରିବାର ଜଳବନ୍ଦୀ ଅଛନ୍ତି। ବିଡିଓ ହଳଧର ଶବର, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ଶୁକ୍ରବାର ଅପରାହ୍ନରେ ଗାଁରେ ପହଞ୍ଚତ୍ ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ଗୁରୁବାର ରାତିରେ ପ୍ରବଳ ବର୍ଷା ଯୋଗୁ ଗାଁ ନିକଟରେ ଥିବା ଝରଣାର ବଢିପାଣି ପଞ୍ଚାୟତ ଅଧୀନ ୱାର୍ଡ ନଂ. ୧୫ ଓ ୧୬ ଅନ୍ତର୍ଗତ ତଳ ସାହିର ତବତ ସ୍ବାଇଁ, ନରସିଂହ ସ୍ବାଇଁ, ପ୍ରଶାନ୍ତ ସ୍ବାଇଁ, ଟୁନା ସ୍ବାଇଁ, ପୂର୍ଣ୍ଣଚନ୍ଦ୍ର ସାହୁ, ଦୁର୍ଯ୍ୟୋଧନ ସାହୁ, ମୋହନ ଜାନୀ, ଗାଣ୍ଡୁ ଜାନୀଙ୍କ ଘରେ ପଶି ଯାଇଛି। ସନ୍ଧ୍ୟା ସୁଦ୍ଧା ବ୍ଲକ ପ୍ରଶାସନ କିମ୍ବା ପଞ୍ଚାୟତ ପକ୍ଷରୁ କୌଣସି ପ୍ରକାର ସହାୟତା ମିଳି ନ ଥିବା ସାମାଜିକ କର୍ମୀ ସନ୍ତୋଷ ଜେନା କହିଛନ୍ତି। ପଞ୍ଚାୟତ ପକ୍ଷରୁ ପମ୍ପ ଲଗାଇ ପାଣି ନିଷ୍କାସନ କରାଯାଇଥିବା ସରପଞ୍ଚ ଲକ୍ଷ୍ମୀ ସେଠୀ କହିଛନ୍ତି। ପ୍ରାୟ ୨ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବା ବେଳେ ବହୁ ପରିବାରଙ୍କ ଘରେ ଚୁଲି ଲାଗିନି। ସେହିପରି ପଞ୍ଚାୟତ ଅଧୀନ ଅନୁସୂଚିତ ଜନଜାତି ବହୁଳ ମଳୁକୁଟପଲ୍ଲୀ ଓ ଛଣବଗଡ ଗାଁକୁ ସଂଯୋଗ କରୁଥିବା ପୂର୍ବରୁ ରାସ୍ତାର କଲଭର୍ଟଟି ପାହାଡୀ ନାଳ ପାଣିରେ ବୁଧବାର ଅପରାହ୍ନରେ ଭାସିଯିବାରୁ ଗତ ୩ ଦିନ ହେଲା ୨ଗଁା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ରାସ୍ତା ମଝିରେ ୩ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ଲୋକଙ୍କ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସହଦେବ ଟିକରପଡା ପଞ୍ଚାୟତ ଜୁଆଣପଲ୍ଲୀର ଦୁର୍ଯ୍ୟ ଗୌଡଙ୍କ ଛପର ଘର ବର୍ଷାରେ ଗୁରୁବାର ରାତିରେ ସମ୍ପୂର୍ଣ୍ଣ ଭାଙ୍ଗି ତାଙ୍କ ପରିବାର ବିଦ୍ୟାଳୟ ଘରେ ଆଶ୍ରୟ ନେଇଛନ୍ତି। ବିପନ୍ନ ପରିବାରଙ୍କୁ ପଲିଥିନ ଜରିପାଲ ଯୋଗାଇବାକୁ ଉପସ୍ଥିତ ଭୀଷ୍ମଗିରି ରାଜସ୍ବ ନିରୀକ୍ଷକ ଶ୍ରୀକାନ୍ତ ଦୋରାଙ୍କୁ ତହସିଲଦାର ନିର୍ଦ୍ଦେଶ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri