ବଡ ଡୁମ୍ବୁଳାଗାଁରେ ପଶିଲା ଝରଣା ପାଣି : ୨ ଶହ ପରିବାର ଜଳବନ୍ଦୀ

ଦିଗପହଣ୍ଡି,୨୬ା୧୦(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁରେ ସୀତାଦେଈ ପାହାଡର ଝରଣା ପାଣି ପଶିଯିବାରୁ ପ୍ରାୟ ୨ ଶହ ପରିବାର ଜଳବନ୍ଦୀ ଅଛନ୍ତି। ବିଡିଓ ହଳଧର ଶବର, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା ଶୁକ୍ରବାର ଅପରାହ୍ନରେ ଗାଁରେ ପହଞ୍ଚତ୍ ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ଗୁରୁବାର ରାତିରେ ପ୍ରବଳ ବର୍ଷା ଯୋଗୁ ଗାଁ ନିକଟରେ ଥିବା ଝରଣାର ବଢିପାଣି ପଞ୍ଚାୟତ ଅଧୀନ ୱାର୍ଡ ନଂ. ୧୫ ଓ ୧୬ ଅନ୍ତର୍ଗତ ତଳ ସାହିର ତବତ ସ୍ବାଇଁ, ନରସିଂହ ସ୍ବାଇଁ, ପ୍ରଶାନ୍ତ ସ୍ବାଇଁ, ଟୁନା ସ୍ବାଇଁ, ପୂର୍ଣ୍ଣଚନ୍ଦ୍ର ସାହୁ, ଦୁର୍ଯ୍ୟୋଧନ ସାହୁ, ମୋହନ ଜାନୀ, ଗାଣ୍ଡୁ ଜାନୀଙ୍କ ଘରେ ପଶି ଯାଇଛି। ସନ୍ଧ୍ୟା ସୁଦ୍ଧା ବ୍ଲକ ପ୍ରଶାସନ କିମ୍ବା ପଞ୍ଚାୟତ ପକ୍ଷରୁ କୌଣସି ପ୍ରକାର ସହାୟତା ମିଳି ନ ଥିବା ସାମାଜିକ କର୍ମୀ ସନ୍ତୋଷ ଜେନା କହିଛନ୍ତି। ପଞ୍ଚାୟତ ପକ୍ଷରୁ ପମ୍ପ ଲଗାଇ ପାଣି ନିଷ୍କାସନ କରାଯାଇଥିବା ସରପଞ୍ଚ ଲକ୍ଷ୍ମୀ ସେଠୀ କହିଛନ୍ତି। ପ୍ରାୟ ୨ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବା ବେଳେ ବହୁ ପରିବାରଙ୍କ ଘରେ ଚୁଲି ଲାଗିନି। ସେହିପରି ପଞ୍ଚାୟତ ଅଧୀନ ଅନୁସୂଚିତ ଜନଜାତି ବହୁଳ ମଳୁକୁଟପଲ୍ଲୀ ଓ ଛଣବଗଡ ଗାଁକୁ ସଂଯୋଗ କରୁଥିବା ପୂର୍ବରୁ ରାସ୍ତାର କଲଭର୍ଟଟି ପାହାଡୀ ନାଳ ପାଣିରେ ବୁଧବାର ଅପରାହ୍ନରେ ଭାସିଯିବାରୁ ଗତ ୩ ଦିନ ହେଲା ୨ଗଁା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛି। ରାସ୍ତା ମଝିରେ ୩ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ଲୋକଙ୍କ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସହଦେବ ଟିକରପଡା ପଞ୍ଚାୟତ ଜୁଆଣପଲ୍ଲୀର ଦୁର୍ଯ୍ୟ ଗୌଡଙ୍କ ଛପର ଘର ବର୍ଷାରେ ଗୁରୁବାର ରାତିରେ ସମ୍ପୂର୍ଣ୍ଣ ଭାଙ୍ଗି ତାଙ୍କ ପରିବାର ବିଦ୍ୟାଳୟ ଘରେ ଆଶ୍ରୟ ନେଇଛନ୍ତି। ବିପନ୍ନ ପରିବାରଙ୍କୁ ପଲିଥିନ ଜରିପାଲ ଯୋଗାଇବାକୁ ଉପସ୍ଥିତ ଭୀଷ୍ମଗିରି ରାଜସ୍ବ ନିରୀକ୍ଷକ ଶ୍ରୀକାନ୍ତ ଦୋରାଙ୍କୁ ତହସିଲଦାର ନିର୍ଦ୍ଦେଶ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri