ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ ଦିନରେ ଚିନି ଦାମ ବଢ଼ିବାର ସମ୍ଭାବନା ଥିବା କୁହାଯାଉଛି। ଭାରତୀୟ ଚିନିକଳ ସଂଗଠନ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ଚଳିତ ବର୍ଷ ଫେବୃୟାରୀ ୨୯ ସୁଦ୍ଧା ୧୯୪.୮୪ ଲକ୍ଷ ଟନ୍‌ ଚିନି ଉତ୍ପାଦନ ହୋଇଛି। ଗତବର୍ଷ ଏହି ସମୟରେ ଦେଶର ୫୨୦ଟି ଚିନିକଳରେ ୨୪୯.୩୦ ଲକ୍ଷ ଟନ୍‌ ଚିନି ଉତ୍ପାଦିତ ହୋଇଥିଲା। ୬୮ଟି ଚିନି କଳରେ ଉତ୍ପାଦନ ବନ୍ଦ ରହିଥିବା ସଂଗଠନ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ମହାରାଷ୍ଟ୍ରରେ ଚଳିତ ଋତୁରେ ଚିନି ଉତ୍ପାଦନ ୫୦.୭୦ ଲକ୍ଷ ଟନ୍‌ ରହିଛି। ଗତବର୍ଷ ଏହି ସମୟରେ ଏଠାରେ ୯୨.୮୮ ଲକ୍ଷ ଟନ ଚିନି ଉତ୍ପାଦିତ ହୋଇଥିଲା। ଅପରପକ୍ଷରେ ରାଜ୍ୟର ୧୪୫ ଚିନିକଳ ମଧ୍ୟରୁ ୨୫ଟିରେ ଉତ୍ପାଦନ ବନ୍ଦ ରହିଛି। ସେହିପରି ଉତ୍ତରପ୍ରଦେଶରେ ଫେବୃୟାରୀ ୨୯ ସୁଦ୍ଧା ୭୩.୮୭ ଲକ୍ଷ ଟନ ଚିନି ଉତ୍ପାଦନ ହୋଇଛି। ଗତ ବର୍ଷ ଏହି ସମୟ ସୁଦ୍ଧା ଏଠାରେ ୭୬.୮୬ ଲକ୍ଷଟନ ଚିନି ଉତ୍ପାଦିତ ହୋଇଛି। କର୍ନାଟକରେ ଚଳିତ ଋତୁରେ ଚିନି ଉତ୍ପାଦନ ୩୨.୬୦ ଲକ୍ଷ ଟନ ରହିଛି। ଗତବର୍ଷ ଏହି ସମୟରେ ରାଜ୍ୟରେ ୪୧.୭୩ ଳକ୍ଷ ଟନ ଚିନି ଉତ୍ପାଦନ ହୋଇଥିଲା ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri