ବଢ଼ିଲାଣି ଶୀତ: ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୮।୧୨(ଡି.ଏନ୍‌.ଏ.): ଚଳିତ ମାସ ପ୍ରଥମ ସପ୍ତାହରୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଆଶାତୀତ କମ୍‌ ହୋଇଥିବାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ସେହିପରି ଭବାନୀପାଟଣା, ଥୁ.ରାମପୁର, ଲାଞ୍ଜିଗଡ଼, ମ.ରାମପୁର, କର୍ଲାମୁଣ୍ଡା, ଜୁନାଗଡ଼, ଗୋଲାମୁଣ୍ଡା, କଲମପୁର, ନର୍ଲା ବ୍ଲକର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ଲହରୀ ଯୋଗୁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ସକାଳେ ଏବଂ ସନ୍ଧ୍ୟାରେ ନିଆଁ ଜାଳି ବସୁଥିବା ଦେଖିବାକୁ ମିଳିଛି।