Posted inଖେଳ

ବଢ଼ିଲା ଟିମ୍‌ ଇଣ୍ଡିଆର ଚିନ୍ତା

ଖ୍ରିଷ୍ଟଚର୍ଚ୍ଚ,୨୭ା୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ବରଣ କରିଥିବା ଭାରତୀୟ ଦଳର ଚିନ୍ତା ବଢ଼ିବାରେ ଲାଗିଛି। ଗୁରୁବାର ଟ୍ରେନିଂ ସେସନରେ ଯୁବ ଓପନର ପୃଥ୍ବୀ ଶ ଯୋଗଦେଇ ନ ଥିଲେ। ତାଙ୍କ ବାମ ପାଦ ଫୁଲି ଯାଇଛି। କେଉଁ କାରଣ ପାଇଁ ଏଭଳି ହୋଇଛି, ତାହା ଜଣାପଡ଼ି ନାହିଁ। କାରଣ ଜାଣିବା ନିମନ୍ତେ ତାଙ୍କର ରକ୍ତ ପରୀକ୍ଷା କରାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି। ମେଡିକାଲ ରିପୋର୍ଟ ଆସିବା ପରେ ହିଁ ଶନିବାରଠାରୁ ଆରମ୍ଭ ହେଉଥିବା ଦ୍ୱିତୀୟ ଟେଷ୍ଟରେ ପୃଥ୍ବୀ ଖେଳିବେ କି ନାହିଁ ଜଣାପଡ଼ିବ। ଯଦି ସେ ନ ଖେଳନ୍ତି, ତାଙ୍କ ବଦଳରେ ଶୁବମନ ଗିଲଙ୍କୁ ସୁଯୋଗ ଦିଆଯିବ। ସମ୍ଭବତଃ ସେ ମୟଙ୍କ ଅଗ୍ରଓ୍ବାଲଙ୍କ ସହ ଓପନିଂ କରିବେ। ଗିଲ ଗୁରୁବାର ନେଟ୍‌ ସେସନରେ ବ୍ୟାଟିଂ ଅଭ୍ୟାସ କରିଥିଲେ। ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଗିଲଙ୍କ ଅଭ୍ୟାସ ଉପରେ ଅଧିକ ଧ୍ୟାନ ଦେଇଥିଲେ। ଏପରି କି ଗିଲଙ୍କ ଫୁଟ୍‌ଓ୍ବର୍କ ଟେକନିକ ଉପରେ ଶାସ୍ତ୍ରୀ କିଛି ପରାମର୍ଶ ମଧ୍ୟ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ପୃଥ୍ବୀ ପ୍ରଥମ ମ୍ୟାଚ୍‌ରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ଉଭୟ ଇନିଂସରେ ସେ ମୋଟ ୩୦ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri