ବଢ଼ିଲା ନଦୀ ଜଳସ୍ତର

ଭୁବନେଶ୍ୱର, ୨୦।୮(ବ୍ୟୁରୋ):ଦୁଇଦିନ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ପୁଣି ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦର ଜଳସ୍ତର ପୁଣି ବୃଦ୍ଧି ପାଇବାରେ ଲାଗିଛି। ସେଥିପାଇଁ ସୋମବାର ଆଉ ୭ଟି ଗେଟ୍‌ ଖୋଲାଯାଇଛି। ପୂର୍ବରୁ ୭ଟି ଗେଟ୍‌ ଦେଇ ଜଳନିଷ୍କାସିତ ହେଉଥିବାବେଳେ ଏବେ ମୋଟ ୧୪ ଗେଟ୍‌ ଦେଇ ଜଳଭଣ୍ଡାରରୁ ମହାନଦୀକୁ ଜଳ ଛଡ଼ାଯାଉଛି। ଜଳଭଣ୍ଡାରର ଜଳସ୍ତର ୬୨୦.୮୭୦ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୭୫ ହଜାର ୩୭୧ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ପ୍ରତି ସେକେଣ୍ଡରେ ୨ଲକ୍ଷ ୨୦ ହଜାର ୩୧୮ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ଜଳସ୍ତର ବୃଦ୍ଧି ପାଇବାରୁ ମନ୍ଦିରା ଡ୍ୟାମର ସମସ୍ତ ୧୧ଟି ଗେଟ୍‌ ଖୋଲାଯାଇଛି। ଶଙ୍ଖ ନଦୀ ଉପରେ ନିର୍ମିତ ଡ୍ୟାମର ସର୍ବାଧିକ ଜଳ ଧାରଣ କ୍ଷମତା ୬୯୦ ଫୁଟ ରହିଛି। ତେବେ ଏହି ବନ୍ୟା ପାଣି ବ୍ରାହ୍ମଣୀ ନଦୀକୁ ନିଷ୍କାସିତ ହେଉଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବାଲିମେଳା ଜଳଭଣ୍ଡାରରୁ ମଧ୍ୟ ଜଳ ନିଷ୍କାସନ କରାଯାଇଛି। ଜଳଭଣ୍ଡାରର ବିପଦ ସ୍ତର ୧୫ ଶହ ୧୪ ଫୁଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୪ ଶହ ୯୨ ପୁଟ ଜଳ ରହିଛି। ଜଳଭଣ୍ଡାରର ୪ ନମ୍ବର ଗେଟ ଓ ସ୍ଲୁଇସ ଗେଟ ଖୋଲାଯାଇଛି। ପ୍ରତି ସେକେଣ୍ଡରେ ୬ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି।
ଉପରମୁଣ୍ଡରେ ବର୍ଷା ଯୋଗୁ ବ୍ରାହ୍ମଣୀ, ଜଳକା, ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ଜଣାପଡ଼ିଛି। ଜଳକା ନଦୀରେ ଜଳସ୍ତର ବିପଦ ସଂକେତ ୫.୫୦ଫୁଟ ରହିଥିବା ବେଳେ ଏବେ ୬.୨୪ଫୁଟ ଉଚ୍ଚରେ ପ୍ରବାହିତ ହେଉଛି। ଜଳକାରେ ବନ୍ୟା ଆସିବା ଫଳରେ ଜଳେଶ୍ୱର ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କେତେକ ସ୍ଥାନରେ ଘର ଭିତରେ ପାଣି ପଶିଯାଇଛି। ଫଳରେ ହଜାର ହଜାର ଲୋକ ପାଣି ଘେରରେ ରହିଛନ୍ତି।
ଆଖୁଆପଦାଠାରେ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ସୋମବାର ରାତି ସୁଦ୍ଧା ୧୮ମିଟର ଛୁଇଁବା ଆଶଙ୍କା ରହିଛି। ତେଣୁ କେନ୍ଦୁଝର ଓ ଯାଜପୁର ଜିଲାପାଳଙ୍କୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି। ଏଠାରେ ବନ୍ୟା ପରିସ୍ଥିତି ଉପୁଜିପାରେ। ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସ୍ଥାନାନ୍ତର କରି ସେମାନଙ୍କୁ ମାଗଣା ଖାଦ୍ୟ ପ୍ରଦାନ କରିବା, ସ୍ବଚ୍ଛ ପାଣି ସହିତ ସ୍ବାସ୍ଥ୍ୟକର ପରିବେଶରେ ରଖିବା ପାଇଁ କୁହାଯାଇଛି। ପର୍ଯ୍ୟାୟକ୍ରମେ ପରିସ୍ଥିତି ସମ୍ପର୍କରେ ରିପୋର୍ଟ ଦେବା ପାଇଁ ଏସ୍‌ଆର୍‌ସି ଚିଠିରେ ଲେଖିଛନ୍ତି।
ଅନ୍ୟପଟେ ଆସନ୍ତା ଦୁଇଦିନ ରାଜ୍ୟରେ ସେଭଳି ବର୍ଷା ହେବ ନାହିଁ। ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନ ଏବଂ ବୁଧବାର ପଶ୍ଚିମ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବ। ତେବେ ବିଭିନ୍ନ ଜିଲାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବା ସମ୍ଭାବନା ରହିଛି। ୨୨ତାରିଖରୁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୨ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ କନ୍ଧମାଳ ଏବଂ ୨୩ରେ କୋରାପୁଟ, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର, ପୁରୀ, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?