ବଢ଼ିଲା ବସ୍‌ ଭଡ଼ା: କିମି ପିଛା ୧, ୨ ପଇସା, ଯାତ୍ରୀ ଅସନ୍ତୋଷ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ପୁଣି ବସ୍‌ ଭଡ଼ା ବଢ଼ିଲା। ଡିଜେଲ ଦର ବୃଦ୍ଧି ଯୋଗୁ ରାଜ୍ୟ ସରକାର ଏହି ବସ୍‌ ଭଡ଼ା ବୃଦ୍ଧି କରିଥିବା କୁହାଯାଉଛି। ଡିଜେଲ ଦର ବୃଦ୍ଧି ପାଇବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା ଅନୁଯାୟୀ ଭଡ଼ା ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପ୍ରତି ୧ ପଇସା ବୃଦ୍ଧି କରାଯାଇଥିବା ବେଳେ ଡିଲକ୍ସ ଏବଂ ଏସି ଡିଲକ୍ସ ବସ୍‌ ଭଡ଼ା କିମି ପିଛା ୨ ପଇସା ବୃଦ୍ଧି ହୋଇଛି। ପୂର୍ବରୁ ସାଧାରଣ ବସ୍‌ ଭଡ଼ା ପ୍ରତି କିମି ପିଛା ୬୮ ପଇସା ଥିବା ବେଳେ ଏବେ ତାହା ୬୯ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୭୧ ପଇସାରୁ ୭୨ ପଇସାକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଡିଲକ୍ସ ବସ୍‌ ଭଡ଼ା କିମି ପିଛା ୯୭ ପଇସାରୁ ୯୯ ପଇସା ଏସି ଡିଲକ୍ସ ବସ୍‌ର କିମି ପିଛି ୧ଟଙ୍କା ୧୯ ପଇସାରୁ ୨ ପଇସା ହିସାବରେ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ହୋଇଛି। ବସ୍‌ ଭଡ଼ା ବୃଦ୍ଧି ପାଉଥିବାରୁ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ବସ୍‌ ଭଡ଼ା ବଢ଼ାଇବା ଦ୍ୱାରା ଯାତ୍ରୀଙ୍କ ଉପରେ ବୋଝ ପଡ଼ୁଛି। ଡିଜେଲ ଦର ବଢ଼ୁଥିବାରୁ ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଅନ୍ୟପକ୍ଷରେ ବସ୍‌ ଭଡ଼ା ବୃଦ୍ଧି କରିବାକୁ ଇଚ୍ଛା ନ ଥିଲେ ମଧ୍ୟ ତୈଳ ବୃଦ୍ଧି ଯୋଗୁ ବାଧ୍ୟ ହୋଇ ଭଡ଼ା ବଢ଼ାଯାଉଛି ବୋଲିି ଓଡ଼ିଶା ରାଜ୍ୟ ବସ୍‌ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି। କେବଳ ଡିଜେଲ ନୁହେଁ ଗାଡିର ଅନ୍ୟାନ୍ୟ ଯନ୍ତ୍ରାଂଶ ଓ ଆନୁଷଙ୍ଗିକ ଖର୍ଚ୍ଚ ବଢ଼ୁଥିବାରୁ ବସ୍‌ ଚଳାଇବ କଷ୍ଟ ସାଧ୍ୟ ହୋଇପଡ଼ୁଛି। ଯାତ୍ରୀଙ୍କ ଉପରେ ଭଡ଼ା ବୋଝ ପଡ଼ୁଥିବାରୁ ସରକାର ଏ ଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri