ବଢ଼ିଲା ବସ୍‌ ଭଡ଼ା: କିମି ପିଛା ୧, ୨ ପଇସା, ଯାତ୍ରୀ ଅସନ୍ତୋଷ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ପୁଣି ବସ୍‌ ଭଡ଼ା ବଢ଼ିଲା। ଡିଜେଲ ଦର ବୃଦ୍ଧି ଯୋଗୁ ରାଜ୍ୟ ସରକାର ଏହି ବସ୍‌ ଭଡ଼ା ବୃଦ୍ଧି କରିଥିବା କୁହାଯାଉଛି। ଡିଜେଲ ଦର ବୃଦ୍ଧି ପାଇବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା ଅନୁଯାୟୀ ଭଡ଼ା ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସଡ଼କ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପ୍ରତି ୧ ପଇସା ବୃଦ୍ଧି କରାଯାଇଥିବା ବେଳେ ଡିଲକ୍ସ ଏବଂ ଏସି ଡିଲକ୍ସ ବସ୍‌ ଭଡ଼ା କିମି ପିଛା ୨ ପଇସା ବୃଦ୍ଧି ହୋଇଛି। ପୂର୍ବରୁ ସାଧାରଣ ବସ୍‌ ଭଡ଼ା ପ୍ରତି କିମି ପିଛା ୬୮ ପଇସା ଥିବା ବେଳେ ଏବେ ତାହା ୬୯ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୭୧ ପଇସାରୁ ୭୨ ପଇସାକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଡିଲକ୍ସ ବସ୍‌ ଭଡ଼ା କିମି ପିଛା ୯୭ ପଇସାରୁ ୯୯ ପଇସା ଏସି ଡିଲକ୍ସ ବସ୍‌ର କିମି ପିଛି ୧ଟଙ୍କା ୧୯ ପଇସାରୁ ୨ ପଇସା ହିସାବରେ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ହୋଇଛି। ବସ୍‌ ଭଡ଼ା ବୃଦ୍ଧି ପାଉଥିବାରୁ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ବସ୍‌ ଭଡ଼ା ବଢ଼ାଇବା ଦ୍ୱାରା ଯାତ୍ରୀଙ୍କ ଉପରେ ବୋଝ ପଡ଼ୁଛି। ଡିଜେଲ ଦର ବଢ଼ୁଥିବାରୁ ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଅନ୍ୟପକ୍ଷରେ ବସ୍‌ ଭଡ଼ା ବୃଦ୍ଧି କରିବାକୁ ଇଚ୍ଛା ନ ଥିଲେ ମଧ୍ୟ ତୈଳ ବୃଦ୍ଧି ଯୋଗୁ ବାଧ୍ୟ ହୋଇ ଭଡ଼ା ବଢ଼ାଯାଉଛି ବୋଲିି ଓଡ଼ିଶା ରାଜ୍ୟ ବସ୍‌ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି। କେବଳ ଡିଜେଲ ନୁହେଁ ଗାଡିର ଅନ୍ୟାନ୍ୟ ଯନ୍ତ୍ରାଂଶ ଓ ଆନୁଷଙ୍ଗିକ ଖର୍ଚ୍ଚ ବଢ଼ୁଥିବାରୁ ବସ୍‌ ଚଳାଇବ କଷ୍ଟ ସାଧ୍ୟ ହୋଇପଡ଼ୁଛି। ଯାତ୍ରୀଙ୍କ ଉପରେ ଭଡ଼ା ବୋଝ ପଡ଼ୁଥିବାରୁ ସରକାର ଏ ଦିଗରେ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri