Posted inରାଜ୍ୟ

ବଢ଼ିଲା ଶୀତ, ଆଉ ଦୁଇଦିନ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାଜ୍ୟର ୮ଟି ଜିଲାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୬.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୮.୬, ଝାରସୁଗୁଡା ୮.୬, କେନ୍ଦୁଝର ୯, ସମ୍ବଲପୁର ୯.୫, ଫୁଲବାଣୀ ୮.୫, ଟିଟିଲାଗଡ ୮.୬ ଏବଂ ଦାରିଙ୍ଗ୍‌ବାଡିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟର କେତେକ ସ୍ଥାନରେ ଶୀତ ଲହରି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମଳିଥିବା ସୂଚନାନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ଅନୁଗୋଳ, କେନ୍ଦୁଝର, ବାଲେଶ୍ୱର ଏବଂ ପୁରୀ ଜିଲାରେ ଶୀତ ଲହରି ଜାରି ରହିବ। ସେହିପରି କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୧୨ ତାରିଖରେ ଅନୁଗୋଳ, ଦେବଗଡ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଥଣ୍ଡା ପବନ ବହିବ। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri