ବଢ଼ୁଛି ନରେଶ ଗୋୟଲଙ୍କ ଅଡ଼ୁଆ;ଜେଟ୍‌ରେ ଆର୍ଥିକ ଅନିୟମିତତାର ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୨୮-୫: ସାମୟିକ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଆର୍ଥିକ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରମୋଟର ନରେଶ ଗୋୟଲଙ୍କ ବିରୋଧରେ ଏବେ ଦୁଇଟି ସରକାରୀ ତଦନ୍ତକାରୀ ଏଜେନ୍ସି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଫଳରେ ତାଙ୍କର ଅଡ଼ୁଆ ବଢ଼ିବାରେ ଲାଗିଛି। ଅର୍ଥ ମନ୍ତ୍ରଣାଳୟ ଅଧୀନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ଏସ୍‌ଏଫ୍‌ଆଇଓ ପକ୍ଷରୁ ପ୍ରାଥମିକ ଯାଞ୍ଚ ଆରମ୍ଭ ହୋଇଯାଇଛି। ଏହି କାରଣରୁ ଜେଟ୍‌ ମାଲିକ ତଥା ପୂର୍ବତନ ଅଧ୍ୟକ୍ଷ ନରେଶ ଗୋୟଲ ଓ ତାଙ୍କ ସ୍ତ୍ରୀ ଅନୀତା ଗୋୟଲଙ୍କୁ ଦୁବାଇ ଯାଉଥିବା ବିମାନରୁ ଓହ୍ଲାଇ ଦିଆଯାଇଥିଲା। ସେମାନଙ୍କ ବିଦେଶ ଯାତ୍ରା ଉପରେ ଏବେ କଟକଣା ଜାରି କରାଯାଇଛି। ଆର୍ଥିକ ଅନିୟମିତତା କାରଣରୁ ଜେଟ୍‌ ଏୟାରଓ୍ବେଜ୍‌ ବନ୍ଦ ହୋଇଛି କି ନା ଜାଣିବା ଲାଗି ଇଡି ପକ୍ଷରୁ ପ୍ରାରମ୍ଭିକ ତଦନ୍ତ ଆରମ୍ଭ ହୋଇଥିବା ବେଳେ ସିରିୟସ୍‌ ଫ୍ରଡ୍‌ ଇନ୍‌ଭେଷ୍ଟିଗେଶନ ଅଫିସ୍‌(ଏସ୍‌ଏଫ୍‌ଆଇଓ) ମଧ୍ୟ ସ୍ବତନ୍ତ୍ର ଭାବେ ତଦନ୍ତ ଆରମ୍ଭ କରିଛି। ଜେଟ୍‌ ପ୍ରମୋଟର ପାଣ୍ଠି ହଡ଼ପ୍‌ କରିଥିବା ନେଇ ଏସ୍‌ଏଫ୍‌ଆଇଓ ତଦନ୍ତ କରୁଥିବା ବେଳେ ଆବୁଧାବୀସ୍ଥିତ ବିମାନ କମ୍ପାନୀ ଏଟିହାଦ ଏୟାରଓ୍ବେଜ୍‌ ପକ୍ଷରୁ ଜେଟ୍‌ରେ ହୋଇଥିବା ୧୫୦ ମିଲିୟନ ଡଲାର ନିବେଶ ସମ୍ପର୍କରେ ଇଡି ତଦନ୍ତ କରୁଛି। ଏଟିହାଦର ନିବେଶ ବେଳେ ବିଦେଶୀ ପୁଞ୍ଜିନିବେଶ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଏ ସମ୍ପର୍କରେ କୌଣସି ଆପରାଧିକ ମାମଲା ଦାଏର ହୋଇନାହିଁ ବୋଲି ଇଡିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏସ୍‌ଏଫ୍‌ଆଇଓର ଲୁକ୍‌ଆଉଟ ନୋଟିସ ପରେ ଗୋୟଲ ଦମ୍ପତିଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଥିଲା। ସେମାନଙ୍କ ବିମାନ ପ୍ରାୟ ଯାତ୍ରାରମ୍ଭ କରିଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ବିମାନକୁ ଫେରାଇ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri