ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ

ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି ପାଇଁ ଅସୁବିଧା ଭୋଗ କରୁଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କିଛି ସୁଫଳ ମିଳୁ ନ ଥିବାରୁ ଏହାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି। ଶନିବାର ଗ୍ରାମବାସୀ ଆରଡବ୍ଲ୍ୟୁଏସ୍‌ଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ପଞ୍ଚାୟତର ବିଭିନ୍ନ ଗ୍ରାମକୁ ପାନୀୟଜଳ ଯୋଗାଣ ନିମନ୍ତେ କୃଷକ ସାହିରେ ଏକ ପମ୍ପ ହାଉସ ରହିଛି। ପମ୍ପ ମାଧ୍ୟମରେ ବ୍ରାହ୍ମଣୀ ନଦୀରୁ ଜଳ ଉଠାଯାଇ ପାଇପ୍‌ ଯୋଗେ ଯୋଗାଇ ଦିଆଯାଇଥାଏ। କିନ୍ତୁ ଲୋ-ଭୋଲଟେଜ ଯୋଗୁ ଦୀର୍ଘ ଦିନ ହେଲା ପମ୍ପ ଚାଲୁ ନାହିଁ କି ପାଣି ମିଳୁ ନାହିଁ। ଯେଉଁ ଟ୍ୟାଙ୍କର ପାଣି ୩/୪ ଦିନରେ ଥରେ ଯୋଗାଣ ହେଉଛି ତାହା ବ୍ୟବହାର ଉପଯୋଗୀ ନୁହେଁ। ଏ ନେଇ ବାରମ୍ବାର ଅଭିଯୋଗ ପରେ କିଛି ସୁଫଳ ନ ମିଳିବାରୁ ଆରଡବ୍ଲ୍ୟୁଏସ୍‌ଏସ୍‌ ଅଫିସ ସମ୍ମୁଖରେ ବିକ୍ଷୋଭ କରାଯାଇଥିଲା। ପ୍ରଶାସନ ଏ ଦିଗରେ ଦୃଷ୍ଟି ନ ଦେଲେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ସରପଞ୍ଚ ସୁଧାକର ଦାସ, ଦୀପକ ପ୍ରଧାନ, ବାସୁଦେବ ପ୍ରଧାନ, ବୁଲୁ ଦେହୁରୀ, ସଲିମ ବିଶ୍ୱାଳ, ଅନୁକୂଳ ସାହୁ, ମୁନା ବିଶ୍ୱାଳ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri