Posted inଜାତୀୟ

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ ଥାନାରେ ଅଭିଜିତ ଦୀପକେ, ସୌରଭ ଦାସ ଏବଂ ସିଜେପିର ଆୟୋଜକମାନଙ୍କ ବିରୋଧରେ ପୋକ୍ସୋ ଆଇନର ଧାରା ୧୩, ୧୪ ଓ ୧୫ ସହ ବିଏନଏସ୍‌ର ଧାରା ୧୫୩ ଅନୁଯାୟୀ ଏଫଆଇଆର୍‌ ରୁଜୁ କରିଛନ୍ତି। ଏହା ପୂର୍ବରୁ ସୋସିଆଲ ମିଡିଆ ଇନ୍‌ଫ୍‌ଲୁଏନ୍ସର ଫୈଜାନ ଅନସାରୀ ଦିଲ୍ଲୀ ପୋଲିସରେ ଅଭିଯୋଗ କରି କହିଥିଲେ ଯେ, ଦୀପକେଙ୍କ ସମର୍ଥକମାନେ ପୁଣେ ଏବଂ ଔରଙ୍ଗାବାଦରେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ଫୈଜାନ ଏହି ଘଟଣାକୁ ନେଇ ଦିଲ୍ଲୀ ଡିସିପିଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି। ସେ ଦାବି କରିଛନ୍ତି ଯେ, ତାଙ୍କ ପାଖରେ ଏଭଳି ସମସ୍ତ ପ୍ରମାଣ ରହିଛି, ଯାହାରୁ ଜଣାପଡ଼େ ଯେ ଅଭିଜିତ ଦୀପକେଙ୍କ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ। ସେ ଆହୁରି କହିଛନ୍ତି ଯେ, ଉଭୟ ଘଟଣାକୁ ନେଇ ପୂର୍ବରୁ ଦୁଇଟି ମାମଲା ରୁଜୁ ହୋଇସାରିଛି ଏବଂ ବର୍ତ୍ତମାନ ସେ ଦିଲ୍ଲୀ ପୋଲିସ ନିକଟରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଇନ୍‌ଫ୍‌ଲୁଏନ୍ସରଙ୍କ ଅଭିଯୋଗ ଅନୁଯାୟୀ, ଅଭିଜିତ ଦୀପକେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଏଭଳି କାର୍ଯ୍ୟକଳାପ କରୁଛନ୍ତି। ସେ ଦୀପକେଙ୍କ ଗିରଫ ଦାବି ମଧ୍ୟ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri