ବଢିଲା ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାସ୍ଥ୍ୟବୀମା ଅବଧି

ନୂଆଦିଲ୍ଲୀ,୨୧।୬: କରୋନା ସଂକ୍ରମଣରୁ ଦେଶବାସୀଙ୍କୁ ସୁରକ୍ଷା ଯୋଗାଇ ଦେଉଥିବା ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୫୦ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ପ୍ରଦାନ କରାଯାଉଛି। ଏହି ବୀମାର ଅବଧି ପ୍ରାଥମିକ ପର୍ଯ୍ୟାୟରେ ଜୁନ ୩୦ ପର୍ଯ୍ୟନ୍ତ ରହିଥିଲା। ବର୍ତ୍ତମାନ ସଂକ୍ରମଣ ହ୍ରାସ ହେଉ ନଥିବାରୁ ଏହାକୁ ନଜରରେ ରଖି ସରକାର ଉକ୍ତ ଯୋଜନାର ଅବଧିକୁ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ପର୍ଯ୍ୟନ୍ତ ବଢାଇ ଦେଇଛନ୍ତି। କରୋନା ଯୋଦ୍ଧାଙ୍କୁ ସହାୟତା ପାଇଁ ମାର୍ଚ୍ଚ ଶେଷ ସପ୍ତାହରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧୀନରେ ୨୨ଲକ୍ଷରୁ ଊର୍ଦ୍ଧ୍ୱ ସବୁ ବର୍ଗର ସରକାରୀ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ୫୦ଲକ୍ଷର ସ୍ବାସ୍ଥ୍ୟବୀମା ଘୋଷଣା କରାଯାଇଥିଲା। ଏହି ଯୋଜନାକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କାର୍ଯ୍ୟକାରୀ କରୁଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କରୋନା ଯୁଦ୍ଧ ସାମିଲ ସବୁ ବର୍ଗର ସ୍ବାସ୍ଥ୍ୟକର୍ମୀଙ୍କୁ ଏହି ସୁବିଧା ମିଳିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri