ବଢୁଛି ଚୋରା ମଦ କାରବାର

କାମାକ୍ଷାନଗର, ୩୦।୯(ଡି.ଏନ୍‌.ଏ.) ପୋଲିସ ଏବଂ ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁ କାମାକ୍ଷାନଗର ଉପଖଣ୍ଡରେ ଅବାଧ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ମଦ ଯୋଗୁ ଗଣ୍ଡଗୋଳ, ଅସାମାଜିକ କାର୍ଯ୍ୟ ବଢୁଛି। ନିଶାଡ଼ିଙ୍କ ଉପଦ୍ରବ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ବିଭିନ୍ନ ସାମାଜିକ ଅନୁଷ୍ଠାନ, ମହିଳା ଗୋଷ୍ଠୀ ମଦବିକ୍ରିକୁ ବିରୋଧ କଲେ ଧମକ ମିଳୁଥିବା ଅଭିଯୋଗ ହେଉଛି। ଏହି କାରଣରୁ ନିଶା ବିରୋଧରେ ଆରମ୍ଭ ହୋଇଥିବା ଆନ୍ଦୋଳନ ଶିଥିଳ ପଡ଼ିଯାଉଛି।
ଅଞ୍ଚଳରେ ମଦ କାରବାର ନୂଆ କଥା ନୁହେଁ। ମଦ ପାଇଁ ପରିବାରରେ ସୁଖଶାନ୍ତି ହଜିଯାଉଛି। ଗଣ୍ଡଗୋଳ ନିତିଦିନିଆ ଘଟଣା ହୋଇଛି। ଅସାମାଜିକଙ୍କ ଦୌରାତ୍ମରେ ଝିଅବୋହୂ ରାସ୍ତାରେ ଚାଲିବା ମୁସ୍କିଲ ହୋଇଗଲାଣି। ପୋଲିସ ଏବଂ ଅବକାରୀ ବିଭାଗ ଉପରୁ ଆସ୍ଥା ହରାଇ ଗତ ୨୧ ତାରିଖରେ କଙ୍କଡ଼ାହାଡ଼ ବ୍ଲକ ମକୁଆକାଟେଣୀ ଗ୍ରାମର ଶତାଧିକ ମହିଳା ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟଙ୍କୁ ଫେରାଦ ହୋଇଥିଲେ। ଏହା ପରେ ବି ମଦବିକ୍ରି ରୋକିବାକୁ ପଦକ୍ଷେପ ନିଆଯାଉନାହିଁ।
ଅଭିଯୋଗ ଅନୁଯାୟୀ, କାମାକ୍ଷାନଗର, କଙ୍କଡ଼ାହାଡ଼, ଭୁବନ, ପରଜଙ୍ଗ ଅଞ୍ଚଳରେ ସରକାରୀ ଦେଶୀ ମଦଭାଟି ନାମକୁ ମାତ୍ର ରହିଛି। ଭାଟିରୁ ମଦ ପ୍ରସ୍ତୁତି ପରେ ଏହାକୁ ଅଭ୍ୟନ୍ତରୀଣ ଗ୍ରାମକୁ ଯୋଜନାବଦ୍ଧ ଭାବେ ପହଞ୍ଚାଇ ଦିଆଯାଉଛି। ପ୍ରତି ଗ୍ରାମରେ ଥିବା ବ୍ୟବସାୟୀମାନେ ମଦ କାରବାରକୁ ପ୍ରଶ୍ରୟ ଦେଉଛନ୍ତି। ଅନୁରୂପ ଭାବେ ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରୁ ଢାବା, ପାନ ଦୋକାନ, ପରିବା ଦୋକାନ, ତେଜରାତି ଦୋକାନକୁ ମଦ ଯୋଗାଇ ଦିଆଯାଉଛି। ଅଞ୍ଚଳର କେତେଜଣ ମୁଷ୍ଟିମେୟ ବ୍ୟକ୍ତି ଏହି କାରବାରରେ ଲିପ୍ତ ଅଛନ୍ତି। ସେମାନଙ୍କ ବିରୋଧରେ ସ୍ବର ଉଠାଉଥିବା ବ୍ୟକ୍ତି, ଅନୁଷ୍ଠାନକୁ ଧମକଚମକ ମିଳୁଛି। କେତେଜଣ ନ୍ୟସ୍ତସ୍ବାର୍ଥ ସରକାରୀ କର୍ମଚାରୀ ଏପରି ବେଆଇନ କାରବାରରେ ସମ୍ପୃକ୍ତ ଥିବାରୁ ମଦ ବ୍ୟବସାୟୀଙ୍କ ପ୍ରତି କୋହଳ ମନୋଭାବ ପୋଷଣ କରାଯାଉଛି। ଏଥିପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆଗାମୀ ଦିନରେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ସମ୍ପୃକ୍ତ ଅଞ୍ଚଳବାସୀ କହିଛନ୍ତି।
ଏ ନେଇ ଉପଖଣ୍ଡ ଦାୟିତ୍ୱରେ ଥିବା ଅବକାରୀ ଏସ୍‌ଆଇ ସ୍ବପ୍ନାରାଣୀ ସାହୁ କୁହନ୍ତି, ଅଭିଯୋଗ ଆସିଲେ ଯଥାସମ୍ଭବ ଚଢ଼ାଉ କରାଯାଉଛି। ସରକାରୀ ସ୍ବୀକୃତିପ୍ରାପ୍ତ ଦୋକାନଗୁଡ଼ିକରେ ମଦବିକ୍ରି କରିବା ନିୟମ ଅଛି। ଏହାକୁ ଉଲ୍ଲଂଘନ କରି ଅଣସ୍ବୀକୃତିପ୍ରାପ୍ତ ସ୍ଥାନରେ ମଦବିକ୍ରି କରୁଥିବା ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri