ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା ଲୋକେ ଏଣିକି ନିଜେ ରାତି ଉଜାଗର ହୋଇ ସାହି ଜଗିବାକୁ ବିଭିନ୍ନ ସ୍ଥାନରେ ବୈଠକ କରି ନଷ୍ପତ୍ତି ନେଉଥିବା ଜଣାପଡ଼ିଛି। ପୋକତୁଙ୍ଗା ରଣେଶ୍ୱର ଛକ ସାହିରେ ମଙ୍ଗଳବାର ଏ ନେଇ ଏକ ସାଧାରଣ ବୈଠକ ବସିଥିଲା। ସାହି ସଭାପତି ପ୍ରଫୁଲ୍ଲ ଦେହୁରୀ, ସମ୍ପାଦକ ପ୍ରସନ୍ନ ପ୍ରଧାନଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସପ୍ତାହ ମଧ୍ୟରେ ସାହିର ଚତୁଃପାର୍ଶ୍ୱରେ ଚୋରି ବୃଦ୍ଧି ପାଉଥିବାରୁ ସାହିବାସିନ୍ଦାଙ୍କୁ ସୁରକ୍ଷା ଦେବା ପାଇଁ ଗଁା ଲୋକେ ରାତ୍ର ସମୟରେ ଠେଙ୍ଗା ପାଳି କରିବେ। ରାତି ୧୦ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ପ୍ରତିଦିନ ୪ ଜଣ ଲେଖାଏ ଠେଙ୍ଗା ଧରି ସୁରକ୍ଷା ଦେବା ସହିତ ହ୍ବୁସିଲ ବଜାଇବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରାଯାଇ ସମାଧାନ କରିବା ସହିତ ଠେଙ୍ଗା ପାଳି ବିଷୟରେ ସ୍ଥାନୀୟ ପୋଲିସକୁ ମଧ୍ୟ ଜଣାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ଜଗବନ୍ଧୁ ଦେହୁରୀ, ରଞ୍ଜିତ ପ୍ରଧାନ, ବସନ୍ତ ସାହୁ, ଗୁହାଳୁ ଦେହୁରୀ, ସୁରେଶ ପ୍ରଧାନ, ବାପୁନ ଦେହୁରୀ, ପ୍ରଶାନ୍ତ ପ୍ରଧାନ, ସରୋଜ ପ୍ରଧାନ, ନଗେଶ ଦେହୁରୀ, ଲମ୍ବୋଦର ଦେହୁରୀ, ବତିଷ୍ଠ ପ୍ରଧାନଙ୍କ ସମେତ ୧୦୦ ପରିବାରର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri