ବଢୁଛି ଚୋରି: ସାହି ଜଗିବ ଠେଙ୍ଗା

ବନ୍ତଳା,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଉଛି। ପୋଲିସ ଗ୍ରାମାଞ୍ଚଳବାସଙ୍କ ଧନଜୀବନ ରକ୍ଷା ଉପରେ ଗୁରୁତ୍ୱ ଦେଉ ନ ଥିବାରୁ ଗଁା ଲୋକେ ଏଣିକି ନିଜେ ରାତି ଉଜାଗର ହୋଇ ସାହି ଜଗିବାକୁ ବିଭିନ୍ନ ସ୍ଥାନରେ ବୈଠକ କରି ନଷ୍ପତ୍ତି ନେଉଥିବା ଜଣାପଡ଼ିଛି। ପୋକତୁଙ୍ଗା ରଣେଶ୍ୱର ଛକ ସାହିରେ ମଙ୍ଗଳବାର ଏ ନେଇ ଏକ ସାଧାରଣ ବୈଠକ ବସିଥିଲା। ସାହି ସଭାପତି ପ୍ରଫୁଲ୍ଲ ଦେହୁରୀ, ସମ୍ପାଦକ ପ୍ରସନ୍ନ ପ୍ରଧାନଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସପ୍ତାହ ମଧ୍ୟରେ ସାହିର ଚତୁଃପାର୍ଶ୍ୱରେ ଚୋରି ବୃଦ୍ଧି ପାଉଥିବାରୁ ସାହିବାସିନ୍ଦାଙ୍କୁ ସୁରକ୍ଷା ଦେବା ପାଇଁ ଗଁା ଲୋକେ ରାତ୍ର ସମୟରେ ଠେଙ୍ଗା ପାଳି କରିବେ। ରାତି ୧୦ଟାରୁ ଭୋର ୪ ଟା ପର୍ଯ୍ୟନ୍ତ ପ୍ରତିଦିନ ୪ ଜଣ ଲେଖାଏ ଠେଙ୍ଗା ଧରି ସୁରକ୍ଷା ଦେବା ସହିତ ହ୍ବୁସିଲ ବଜାଇବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହିତ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରାଯାଇ ସମାଧାନ କରିବା ସହିତ ଠେଙ୍ଗା ପାଳି ବିଷୟରେ ସ୍ଥାନୀୟ ପୋଲିସକୁ ମଧ୍ୟ ଜଣାଇବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ଜଗବନ୍ଧୁ ଦେହୁରୀ, ରଞ୍ଜିତ ପ୍ରଧାନ, ବସନ୍ତ ସାହୁ, ଗୁହାଳୁ ଦେହୁରୀ, ସୁରେଶ ପ୍ରଧାନ, ବାପୁନ ଦେହୁରୀ, ପ୍ରଶାନ୍ତ ପ୍ରଧାନ, ସରୋଜ ପ୍ରଧାନ, ନଗେଶ ଦେହୁରୀ, ଲମ୍ବୋଦର ଦେହୁରୀ, ବତିଷ୍ଠ ପ୍ରଧାନଙ୍କ ସମେତ ୧୦୦ ପରିବାରର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri