ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା

ପାଲଲହଡ଼ା, ୧୩ା୮(ଡି.ଏନ.ଏ.)

ଅନୁଗୋଳ ଜିଲା ପାଲଲହଡ଼ା ଉପକଣ୍ଠରେ ବଢିଚାଲିଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା। କେତେଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଆଉ କେତେକ ବାହାର ଜିଲାରୁ ଏଠାକୁ ଆସି ଏଣେତେଣେ ବୁଲୁଥିବା ଦେଖିବାକୁ ମିଳିଛି। ସେମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।
ଅଞ୍ଚଳବାସୀଙ୍କ କହିବା ମୁତାବକ, ବହୁ ସଂଖ୍ୟାରେ ମାନସିକ ବିକାରଗ୍ରସ୍ତ ଦିନବେଳା ରାସ୍ତାଘାଟରେ ବୁଲୁଥିବାରୁ ଟ୍ରାଫିକ ଜାମ ହେଉଛି। ଫିଙ୍ଗା ହୋଇଥିବା ଖାଦ୍ୟ ଖାଇବା ସହ ଛକ, ବସ୍‌ଷ୍ଟାଣ୍ଡ, ଯାତ୍ରୀ ପ୍ରତୀକ୍ଷାଳୟରେ ଶୋଉଛନ୍ତି। ଅନେକେ ଦୂଷିତ ଖାଦ୍ୟ ପାନୀୟ ପିଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଅବହେଳିତ ଅବସ୍ଥାରେ ପଡିରହୁଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଲୋକଙ୍କୁ ଆକ୍ରମଣ ମଧ୍ୟ କରୁଛନ୍ତି। ଏଥିଯୋଗୁ ଅନେକ ସମୟରେ ରାସ୍ତାରେ ଛୋଟ ପିଲା ଓ ବୃଦ୍ଧା ବୃଦ୍ଧ ସୁରକ୍ଷିତ ନ ଥିବା ଅଭିଯୋଗ ହୋଇଛି। କିଛି ମାସ ପୂର୍ବରୁ ୩ରୁ ୪ ଜଣ ମାନସିକ ବିକାରଗ୍ରସ୍ତଙ୍କୁ ରାସ୍ତାରେ ବୁଲାବୁଲି କରୁଥିବା ଦେଖିବାକୁ ମିଳିଥିଲା। ଏବେ ୧୦/୧୨ ଜଣ ଏପରି ଅବସ୍ଥାରେ ଅଞ୍ଚଳରେ ଚଳପ୍ରଚଳ କରୁଥିବା ଦେଖାଯାଇଛି। ତେବେ ଏତେ ସଂଖ୍ୟାରେ ମାନସିକ ରୋଗୀ କିପରି ଓ କେଉଁଠୁ ଆସୁଛନ୍ତି ସେ ନେଇ କାହା ନିକଟରେ ଖବର ନାହିଁ।
ଏ ସମ୍ପର୍କରେ ବରିଷ୍ଠ ମନସ୍ତତ୍ତ୍ୱବିତ୍‌ ଲକ୍ଷ୍ମୀଧର ସାଠୁଆ କୁହନ୍ତି, ସେମାନଙ୍କୁ ଉପଯୁକ୍ତ ସ୍ଥାନରେ ଥଇଥାନ କରାଯିବା ସହ ଉପଯୁକ୍ତ ଯତ୍ନ ନିଆଯାଇପାରିଲେ ଅନେକେ ମୁଖ୍ୟସ୍ରୋତକୁ ଫେରି ପାରନ୍ତେ। ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ମତାମତ ମିଳିପାରିନାହିଁ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ମାଧବ ଚନ୍ଦ୍ର ବରାଳ କହିଛନ୍ତି, ମାନସିକ ବିକୃତ ରୋଗୀଙ୍କ ପାଇଁ ଅନୁଗୋଳରେ ସେପରି କିଛି ଚିକିତ୍ସା ବ୍ୟବସ୍ଥା ନାହିଁ। ମହିଳା ମାନସିକ ବିକାରଗ୍ରସ୍ତଙ୍କ ପାଇଁ ତାଳଚେରରେ ଏକ ଆଶ୍ରୟସ୍ଥଳୀ ରହିଛି। ଭୁବନେଶ୍ୱରରେ ଏବେ ଗୋଟିଏ ଆଶ୍ରୟସ୍ଥଳୀ ଖୋଲିବାକୁ ଯାଉଛି। ତେବେ ଏ ସଂକ୍ରାନ୍ତରେ ଆମ ପାଖରେ କିଛି ଅଭିଯୋଗ ନ ଥିଲା। ଯଦି ସେମିତି କେହି ଥାନ୍ତି ତା ହେଲେ ଖୁବ ଶୀଘ୍ର ସେମାନଙ୍କୁ ଏହି ଆଶ୍ରୟସ୍ଥଳୀଗୁଡିକରେ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ବରାଳ କହିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri