ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା

ପାଲଲହଡ଼ା, ୧୩ା୮(ଡି.ଏନ.ଏ.)

ଅନୁଗୋଳ ଜିଲା ପାଲଲହଡ଼ା ଉପକଣ୍ଠରେ ବଢିଚାଲିଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା। କେତେଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଆଉ କେତେକ ବାହାର ଜିଲାରୁ ଏଠାକୁ ଆସି ଏଣେତେଣେ ବୁଲୁଥିବା ଦେଖିବାକୁ ମିଳିଛି। ସେମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଥଇଥାନ ବ୍ୟବସ୍ଥା କରାଯାଉ ନ ଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।
ଅଞ୍ଚଳବାସୀଙ୍କ କହିବା ମୁତାବକ, ବହୁ ସଂଖ୍ୟାରେ ମାନସିକ ବିକାରଗ୍ରସ୍ତ ଦିନବେଳା ରାସ୍ତାଘାଟରେ ବୁଲୁଥିବାରୁ ଟ୍ରାଫିକ ଜାମ ହେଉଛି। ଫିଙ୍ଗା ହୋଇଥିବା ଖାଦ୍ୟ ଖାଇବା ସହ ଛକ, ବସ୍‌ଷ୍ଟାଣ୍ଡ, ଯାତ୍ରୀ ପ୍ରତୀକ୍ଷାଳୟରେ ଶୋଉଛନ୍ତି। ଅନେକେ ଦୂଷିତ ଖାଦ୍ୟ ପାନୀୟ ପିଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଅବହେଳିତ ଅବସ୍ଥାରେ ପଡିରହୁଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଲୋକଙ୍କୁ ଆକ୍ରମଣ ମଧ୍ୟ କରୁଛନ୍ତି। ଏଥିଯୋଗୁ ଅନେକ ସମୟରେ ରାସ୍ତାରେ ଛୋଟ ପିଲା ଓ ବୃଦ୍ଧା ବୃଦ୍ଧ ସୁରକ୍ଷିତ ନ ଥିବା ଅଭିଯୋଗ ହୋଇଛି। କିଛି ମାସ ପୂର୍ବରୁ ୩ରୁ ୪ ଜଣ ମାନସିକ ବିକାରଗ୍ରସ୍ତଙ୍କୁ ରାସ୍ତାରେ ବୁଲାବୁଲି କରୁଥିବା ଦେଖିବାକୁ ମିଳିଥିଲା। ଏବେ ୧୦/୧୨ ଜଣ ଏପରି ଅବସ୍ଥାରେ ଅଞ୍ଚଳରେ ଚଳପ୍ରଚଳ କରୁଥିବା ଦେଖାଯାଇଛି। ତେବେ ଏତେ ସଂଖ୍ୟାରେ ମାନସିକ ରୋଗୀ କିପରି ଓ କେଉଁଠୁ ଆସୁଛନ୍ତି ସେ ନେଇ କାହା ନିକଟରେ ଖବର ନାହିଁ।
ଏ ସମ୍ପର୍କରେ ବରିଷ୍ଠ ମନସ୍ତତ୍ତ୍ୱବିତ୍‌ ଲକ୍ଷ୍ମୀଧର ସାଠୁଆ କୁହନ୍ତି, ସେମାନଙ୍କୁ ଉପଯୁକ୍ତ ସ୍ଥାନରେ ଥଇଥାନ କରାଯିବା ସହ ଉପଯୁକ୍ତ ଯତ୍ନ ନିଆଯାଇପାରିଲେ ଅନେକେ ମୁଖ୍ୟସ୍ରୋତକୁ ଫେରି ପାରନ୍ତେ। ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ମତାମତ ମିଳିପାରିନାହିଁ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ମାଧବ ଚନ୍ଦ୍ର ବରାଳ କହିଛନ୍ତି, ମାନସିକ ବିକୃତ ରୋଗୀଙ୍କ ପାଇଁ ଅନୁଗୋଳରେ ସେପରି କିଛି ଚିକିତ୍ସା ବ୍ୟବସ୍ଥା ନାହିଁ। ମହିଳା ମାନସିକ ବିକାରଗ୍ରସ୍ତଙ୍କ ପାଇଁ ତାଳଚେରରେ ଏକ ଆଶ୍ରୟସ୍ଥଳୀ ରହିଛି। ଭୁବନେଶ୍ୱରରେ ଏବେ ଗୋଟିଏ ଆଶ୍ରୟସ୍ଥଳୀ ଖୋଲିବାକୁ ଯାଉଛି। ତେବେ ଏ ସଂକ୍ରାନ୍ତରେ ଆମ ପାଖରେ କିଛି ଅଭିଯୋଗ ନ ଥିଲା। ଯଦି ସେମିତି କେହି ଥାନ୍ତି ତା ହେଲେ ଖୁବ ଶୀଘ୍ର ସେମାନଙ୍କୁ ଏହି ଆଶ୍ରୟସ୍ଥଳୀଗୁଡିକରେ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ବରାଳ କହିଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri