ବଢୁଛି ଷଣ୍ଢ ଦୌରାତ୍ମ୍ୟ

ଢେଙ୍କାନାଳ ଅଫିସ, ୧୮।୭ – ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍‌ଜାରେ ରହୁଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପୌରସଂସ୍ଥା ଏହାକୁ ଗୁରୁତ୍ୱ ଦେଉନାହିଁ। ଏପରି ସମସ୍ୟା ପାଇଁ ଯେ କୌଣସି ମୁହୂର୍ତ୍ତରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ସୃଷ୍ଟି ହୋଇଛି।
ଜବାହରଚୌକ ଅଞ୍ଚଳର ଜଣେ ଔଷଧ ବ୍ୟବସାୟୀ ମଙ୍ଗଳବାର ରାତି ପ୍ରାୟ ୧୨ଟାରେ ଘରକୁ ଫେରୁଥିବା ବେଳେ ସହରର ପ୍ରମୁଖ ରାସ୍ତାରେ ହଠାତ୍‌ ଏକ ଷଣ୍ଢ ତାଙ୍କୁ ପଛପଟୁ ଆକ୍ରମଣ କରିଥିଲା। ଏଥିରେ ତାଙ୍କର ବାମହାତ ଭାଙ୍ଗିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି। ସେହିପରି ବୁଧବାର ସକାଳେ ରଥଗଡ଼ା ନିକଟ ପରିବା ମାର୍କେଟରେ ଏକ ଷଣ୍ଢ ଆକ୍ରମଣାତ୍ମକ ହୋଇ ବ୍ୟାପକ କ୍ଷତି ଘଟାଇଛି। ଏଥିରେ ୩ଟି କାର୍‌ ଏବଂ ଗୋଟିଏ ବାଇକ୍‌ ଭାଙ୍ଗିଯାଇଛି। ଅନୁରୂପ ଭାବେ କିଛିଦିନ ତଳେ ଜଣେ ଅବସରପ୍ରାପ୍ତ ସାମରିକ କର୍ମଚାରୀ ବୁଲା ଷଣ୍ଢ ଯୋଗୁ ବାଇକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଗୁରୁତର ଅବସ୍ଥାରେ ସେ ଏବେ କଟକରେ ଚିକିତ୍ସାଧୀନ ଅଛନ୍ତି। ପୁରୀ ରଥଯାତ୍ରାର ଦୁଇ ସପ୍ତାହ ପୂର୍ବରୁ ଉକ୍ତ ଅଞ୍ଚଳରୁ ବହୁ ବୁଲା ଷଣ୍ଢକୁ ଆଣି ଢେଙ୍କାନାଳ ସୀମାନ୍ତରେ ଛାଡ଼ି ଦିଆଯାଇଛି। ସେମାନେ ସହରରେ ପଶି ଏପରି ଦୌରାତ୍ମ୍ୟ ସୃଷ୍ଟି କରିଥିବା ସାଧାରଣରେ ଆଲୋଚନା ହେଉଛି। ଜନବହୁଳ ଅଞ୍ଚଳରେ ଷଣ୍ଢ ଉପଦ୍ରବ ଯୋଗୁ ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ପଥଚାରୀ, ବାଇକ୍‌ ଆରୋହୀମାନେ ରାସ୍ତାରେ ଯିବାକୁ ଅସୁରକ୍ଷିତ ମନେ କରୁଛନ୍ତି। ପୌରସଂସ୍ଥାର କାଓ କ୍ୟାଚର ଯାନ ଥିଲେ ମଧ୍ୟ ଏହା କାମରେ ଆସୁନାହିଁ। ଏହାର ବିହିତ ପ୍ରତିକାର କରିବାକୁ ସହରବାସୀ ଦାବି କରିଛନ୍ତି।
ଏ ନେଇ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ କୁହନ୍ତି, ସେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ଅହମ୍ମଦାବାଦରେ ଅଛନ୍ତି। ଫେରିବା ପରେ ଏ ନେଇ ଆଲୋଚନା କରି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri