ବଣସିଂହରେ ଗଡ଼ିଲା ପ୍ରଥମ ରଥ

ଢେଙ୍କାନାଳ ଅଫିସ, ୫।୭-ଢେଙ୍କାନାଳ ସଦର ବ୍ଲକ ବଣସିଂହରେ ଚଳିତବର୍ଷ ପ୍ରଥମ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ରଥରେ ମହାପ୍ରଭୁ ଜଗନ୍ନାଥ, ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ ବଳରାମ ମାଉସୀ ଘରକୁ ଏକାଠି ଯାତ୍ରା କରିଛନ୍ତି। ବଣସିଂହର ଆରାଧ୍ୟ ଦେବତା ପ୍ରଭୁ ଦଧିବାମନଜୀଉଙ୍କ ମନ୍ଦିରରୁ ଠାକୁରଙ୍କୁ ଗୋଟି ପହଣ୍ଡିରେ ରଥାରୁଢ଼ କରାଯାଇଥିଲା। ଦଧିବାମନଜୀଉଙ୍କ ସେବାୟତ ଅନ୍ତର୍ଯ୍ୟାମୀ ଶତପଥୀ ଛେରାପହଁରା କରିଥିଲେ। ଅପରାହ୍ନ ୧ଟାରେ ରଥ ଟଣାଯାଇ ସାଢେ ୪ଟାରେ ମାଉସୀ ମା’ଙ୍କ ମନ୍ଦିରରେ ପହଞ୍ଚତ୍ଥିଲା। ଘୋଷଯାତ୍ରାର ପ୍ରମୁଖ ଆକର୍ଷଣ ସାଜିଥିଲେ ବଣସିଂହ, ଶଙ୍କରପୁର ଗ୍ରାମର ମହିଳା ସଂକୀର୍ତ୍ତନମଣ୍ଡଳୀ। ରାମ ମନ୍ଦିର ପରିସରରେ ଥିବା ଏକ ପ୍ରକୋଷ୍ଠରେ ମାଉସୀ ମା’ଙ୍କ ଅସ୍ଥାୟୀ ମନ୍ଦିର କରାଯାଇଛି। ସେଠାରେ ୯ଦିନ ଧରି ପାରମ୍ପରିକ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯିବ।
ରମଣିରତ୍ନ ମହାରଣା, ଆଶୁତୋଷ ଶତପଥୀଙ୍କ ଉଦ୍ୟମରେ ରଥ ନିର୍ମାଣ କରାଯାଇଛି। ସରପଞ୍ଚ କପିଳ ଘଡ଼େଇ, ଅର୍ଜୁନ ଶତପଥୀ, ଅଖିଳ ହୋତା, ପରେଶ ପଣ୍ଡା, ବଣସିଂହ ଚାରଣ ଗୋଷ୍ଠୀ ଏବଂ ଗ୍ରାମ ଯୁବଗୋଷ୍ଠୀ ଶାନ୍ତିଶୃଙ୍ଖଳା ରକ୍ଷାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri