ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଆମ୍ବୁଲାନ୍ସ ସେବା ବନ୍ଦ: ରୋଗୀ ହନ୍ତସନ୍ତ

ବଣାଇ, ୧।୩(ସ୍ବ.ପ୍ର)- ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଗତ କିଛିଦିନ ହେବ ୧୦୮ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯାଇଛି। ଏଥିଯୋଗୁ ରୋଗୀ ହନ୍ତସନ୍ତ ହେଉଥିବା ଜଣାପଡିଛି। ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏଠାକୁ ଅଧିକ ଗାଡ଼ି ଦେବାର ଆବଶ୍ୟତା ରହିଛି। ଏଠାରେ ଦୁଇଟି ୧୦୮ ଗାଡି ଆବଶ୍ୟକ ହେଉଥିବାବେଳେ ମାତ୍ର ଗୋଟିଏ ଗାଡି ରହିଛି। ତେବେ ଏହି ଗାଡିଟି ଗତ ୧୨ଦିନ ହେବ ଅଚଳହୋଇ ପଡି ରହିଛି। ତେବେ ଏହା ଅତ୍ୟନ୍ତ ପୁରୁଣା ହୋଇଥିବା ବେଳେ ମରାମତି ଅଭାବରୁ ଏହାକୁ ଉପଖଣ୍ଡ ଚିକିତ୍ସାଳୟ ପରିସରରେ ପରିତ୍ୟକ୍ତ ହିସାବରେ ପକାଇ ରଖାଯାଇଛି। ସେହିପରି ଏଠାରେ ଥିବା ଅନ୍ୟ ଦୁଇଟି ସରକାରୀ ଆମ୍ବୁଲାନ୍ସ ଥିବାବେଳେ ଏହାକୁ ଚଳାଇବା ପାଇଁ ଜଣେ ମାତ୍ର ଚାଳକ ରହିଛନ୍ତି। ଫଳରେ ଜରୁରୀକାଳୀନ ରୋଗୀଙ୍କୁ ଏଠାରୁ ରାଉରକେଲା ସରକାରୀ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିବା ସୂଚାରୁ ରୂପେ ହୋଇପାରୁ ନାହିଁ। ଜଣେ ମାତ୍ର ଚାଳକ ରୋଗୀ ଧରି ରାଉରକେଲା ଗଲେ ଏଠାରେ ଆମ୍ବୁଲାନ୍ସ ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇ ପଡୁଛି। ଗତ ୭ଦିନ ତଳେ ଏହାର ଉଦାହରଣ ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ସେବା ନ ପାଇ ଜଣେ ରୋଗୀର ମୃତ୍ୟୁ ଘଟିଛି। ଗତ ୭ଦିନ ତଳେ ଖୁଣ୍ଟଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିନରେ ରହିଥିବା ଧୁଡି ଗ୍ରାମର ଜଣେ ବାଳକର ଆମ୍ବୁଲାନ୍ସ ଅଭାବରୁ ଚିକିତ୍ସା ନ ପାଇ ମୃତ୍ୟୁ ହୋଇଯାଇଛି। ଉପଖଣ୍ଡ ଚିକିତ୍ସାଳୟ କର୍ତ୍ତୃପକ୍ଷ ଏହାର ବିକଳ୍ପ ଭାବେ ନିକଟସ୍ଥ ଲହୁଣୀପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଅନ୍ୟ ଏକ ଆମ୍ବୁଲାନ୍ସ ମଗାଇ ରୋଗୀଙ୍କୁ ରାଉରକେଲା ପଠାଇବାରେ ଅତ୍ୟଧିକ ବିଳମ୍ବ ହେଉଥିବାରୁ ସ୍ଥାନୀୟ ଜଳନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶଯୋଗ୍ୟ ଯେ, ନିକଟରେ ଜିଲା ପ୍ରଶାସନ ବିଭାଗରୁ ଜିଲା ଖଣିଜ ପାଣ୍ଠିରୁ ଲହୁଣୀପଡାକୁ ଦୁଇଟି ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଥିବା ବେଳେ ସବୁବେଳେ ଦରକାର ପଡୁଥିବା ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ଅବହେଳା କରାଯାଇଛି। ନୂତନ ଆମ୍ବୁଲାନ୍ସ ନ ଯୋଗାଇବା ଘୋର ପରିତାପରେ ବିଷୟ ବୋଲି ସ୍ଥାନୀୟ ଜନସାଧାରଣ ପ୍ରକାଶ କରିଛନ୍ତି। ଏଥିପ୍ରତି ତୁରନ୍ତ ସମାଧାନ କରିବା ପାଇଁ ସୁନ୍ଦରଗଡ଼ ଜିଲାପାଳଙ୍କଠାରେ ବଣାଇ ଜନସାଧାରଣଙ୍କ ପକ୍ଷରୁ ଦାବି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri