ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍‌ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ । ଏନେଇ ବଣିକ ସଂଘ ଟାଉନ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ତେବେ ପୋଲିସ ପିସିଆର ଗାଡ଼ି ବିଳମ୍ବରେ ପହଞ୍ଚିବା ଓ ଟାଉନଥାନା ଅଧିକାରୀ ବଣିକ ସଂଘ ସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ବଣିକ ସଂଘ ସଦସ୍ୟମାନେ ଟାଉନ ଥାନା ସମ୍ମୁଖରେ ଧାରଣାରେ ବସିଥିଲେ। ତୁରନ୍ତ ଥାନା ଅଧିକାରୀ ସଂଗ୍ରାମ ପଟ୍ଟନାୟକଙ୍କୁ ବଦଳି ପାଇଁ ଦାବି କରିଥିଲେ। ଧାରଣାସ୍ଥଳକୁ ଆସି ଏସ୍‌ଡିପିଓ ଶ୍ରୀମନ୍ତ ବାରିକ ବଣିକ ସଂଘ ସଦସ୍ୟଙ୍କୁ ବୁଝାଇଥିଲେ। ଆସନ୍ତା ୧୧ ତାରିଖ ସୁଦ୍ଧା ଟାଉନ ଥାନା ଅଧିକାରୀଙ୍କ ବଦଳି ନ ହେଲେ ୧୨ ତାରିଖରେ ବଲାଙ୍ଗୀର ବନ୍ଦ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଅନ୍ୟ ପଟେ ହେମାଲ ସଂଘ ସଦସ୍ୟମାନେ ମଧ୍ୟ ଟାଉନ ଥାନାକୁ ଆସି ପୋଲିସ ଅଟକ କରିଥିବା ୪ ହେମାଳଙ୍କୁ ତୁରନ୍ତ ଛାଡ଼ିବାକୁ ଦାବି କରି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri