ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି। ପାନୀୟ ଜଳ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଥିଲେ ମଧ୍ୟ ଏହାର ସୁଫଳ ବଣ୍ଡାଘାଟି ଅଞ୍ଚଳରେ ପହଞ୍ଚତ୍ପାରୁନି। ଏଠାରେ ସରକାରୀ ଯୋଜନା କେବଳ କାଗଜକଲମରେ ରହିଛି। ପାନୀୟ ଜଳ ପାଇଁ ବଣ୍ଡାଘାଟିରେ ପ୍ରତି ବର୍ଷ ବିଭିନ୍ନ ରୋଗରେ ଲୋକେ ଆକ୍ରାନ୍ତ ହେଉଛନ୍ତି। ଅନେକ ଜୀବନ ଅକାଳରେ ଝଡି ପଡୁଛି। ଆଦିମ ବଣ୍ଡା ଲୋକଙ୍କ ଉନ୍ନତି ପାଇଁ ୧୯୭୪ରେ ବଣ୍ଡା ଉନ୍ନୟନ ସଂସ୍ଥା ଗଠନ ହୋଇଥିଲା। ସମ୍ପୃକ୍ତ ସଂସ୍ଥା ବଣ୍ଡା ଜନଜାତିର ସେହିପରି କିଛି ଆଖିଦୃଷ୍ଟିଆ ଉନ୍ନତି କରିପାରିନାହିଁ। ବଣ୍ଡାଘାଟିରେ ପୂର୍ବରୁ ଯେପରି ଲୋକେ ପାନୀୟ ଜଳ ପାଇଁ ଚୁଆ ଓ ଝରଣା ଉପରେ ନିର୍ଭର କରିଥିଲେ ଆଜି ମଧ୍ୟ ପୂର୍ବ ଅବସ୍ଥା ଜାରି ରହିଛି। ଲୋକେ ଚୁଆ ଓ ଝରଣାରୁ ପାନୀୟ ଜଳ ସଂଗ୍ରହ କରି ଚଳୁଛନ୍ତି। ଆମେ କେବଳ ଭଗବାନଙ୍କ ଭରସାରେ ବଞ୍ଚତ୍ଛୁ। ନା ସରକାର ନା ଲୋକ ପ୍ରତିନିଧି କେହି ଆମ ଦୁଃଖ ବୁଝୁନାହାନ୍ତି। ଖବରକାଗଜରେ ଆମ ବିଷୟରେ ଖବର ପ୍ରକାଶ ପାଇଲେ ଅଧିକାରୀମାନେ ଆମ ଅଞ୍ଚଳକୁ ଆସି ବୁଲି ଯାଉଛନ୍ତି, ମାତ୍ର ଆମ ସମସ୍ୟା ସମାଧାନ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଅଞ୍ଚଳର କେତେକ ବ୍ୟକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri