Posted inଜାତୀୟ

ବଦଳିଗଲାଣି ଅଭିନନ୍ଦନଙ୍କ ଲୁକ୍‌

ନୂଆଦିଲ୍ଲୀ,୨।୮: ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ବୀର ଚକ୍ର ସମ୍ମାନରେ ସମ୍ମାନିତ ହୋଇଥିବା ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଲୁକ୍‌ରେ ପରିବର୍ତ୍ତନ ଆସିଛି। ପୂର୍ବରୁ ସେ ବଡ ବଡ ନିଶ ରଖୁଥିବାବେଳେ ଏବେ ସେ ଏହାକୁ କାଟି ଛୋଟ କରିଦେଇଛନ୍ତି। ସୋମବାର ଅଭିନନ୍ଦନ ଓ ବାୟୁସେନା ମୁଖ୍ୟ ବିଏସ ଧନୱା ଏକାଠି ମିଗ-୨୧ ଯୁଦ୍ଧ ବିମାନ ଉଡାଣ କରିଥିଲେ। ଏହି ସମୟରେ ଅଭିନନ୍ଦନଙ୍କ ନୂଆ ଲୁକ୍‌ ଦେଖିବାକୁ ମିଳିଥିଲା। କେବଳ ନିଶ ନୁହେଁ, ହେୟାର୍‌ ଷ୍ଟାଇଲ୍‌ରେ ମଧ୍ୟ ସେ ପରିବର୍ତ୍ତନ ଆଣିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀ ୨୬ ବାଲାକୋଟ ଏୟାର ଷ୍ଟ୍ରାଇକ ପରେ ପାକିସ୍ତାନ ତା’ ପରଦିନ ଭାରତୀୟ ସେନା ପୋଷ୍ଟ ଉପରେ ଆକ୍ରମଣ କରିବାକୁ ଯୋଜନା କରିଥିଲା। ଏହି ସମୟରେ ଅଭିନନ୍ଦନ ହିଁ ପାକିସ୍ତାନ ଯୁଦ୍ଧ ବିମାନ ଏଫ-୧୬ର ମୁକାବିଲା କରିଥିଲେ। ଅଭିନନ୍ଦନ ମିଗ-୨୧ ବିମାନରୁ ମାଡ କରିଥିବା ଗୁଳିଟି ପାକ ଏଫ-୧୬ରେ ମାଡ ହୋଇଥିଲା। ଏହାପରେ ପାକିସ୍ତାନ ସେନାର ପାଲଟା ଆକ୍ରମଣରେ ଅଭିନନ୍ଦନଙ୍କ ବିମାନ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ଅଭିନନ୍ଦନ ପିଓକେରେ ହିଁ ପାରାଚ୍ୟୁଟ ଦ୍ୱାରା ଲ୍ୟାଣ୍ଡ କରିଥିଲେ। ପାକିସ୍ତାନ ସେନା ତାଙ୍କୁ ଗିରଫ କରିଥିଲେ ହେଁ ୫୬ ଘଣ୍ଟା ମଧ୍ୟରେ ଛାଡିବାକୁ ବାଧ୍ୟ ହୋଇଥିଲା। ସେବେଠାରୁ ସେ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିଲେ। ଖାସ୍‌ ଭାବେ ତାଙ୍କ ନିଶକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri