Posted inଜାତୀୟ

ବଦଳିଗଲା ସଚ୍ଚିନଙ୍କ ଦାଢ଼ି କାଟିଥିବା ବାର୍ବଲ ଗର୍ଲଙ୍କ ଜୀବନ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବନଓ୍ବାରି ତୋଲା ଗାଁରେ ଥିବା ନେହା ଓ ଜ୍ୟୋତି ନାମକ ଦୁଇ ଭଉଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଦିନେ ପିତାଙ୍କର ଅସୁସ୍ଥତା ପାଇଁ ଘରୁ ଗୋଡ କାଢିଥିବା ଏହି ଦୁଇ ଭଉଣୀ କିଛି ସାଧାରଣ କାମ ହାତକୁ ନେଇ ନ ଥିଲେ। ଏମାନେ ପିତାଙ୍କ ବ୍ୟବସାୟ ସମ୍ଭାଳିବାକୁ ଯାଇ ଏକ ସେଲୁନ୍‌ ଆରମ୍ଭ କରିଥିଲେ। ଯେଉଁଠି ଏମାନେ ପୁରୁଷମାନଙ୍କର ଦାଢି କାଟୁଥିଲେ। ପ୍ରଥମେ ପ୍ରଥମେ ଏମାନେ ସମାଲୋଚନାର ଶିକାର ହୋଇଥିଲେ ମଧ୍ୟ ଏବେ ଏମାନେ ଆସିଛନ୍ତି ଚର୍ଚ୍ଚାକୁ। ଏମିତି ଏକ ଖବର ସାମ୍ନାକୁ ଆସିବା ପରେ ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚ୍ଚିନ ତେନ୍ଦୁଲକର ଜ୍ୟୋତି ଓ ନେହାଙ୍କ ସେଲୁନରେ ଆସି ଦାଢି କାଟିଥିଲେ। ଏହାପରେ ସଚ୍ଚିନ ଏହାକୁ ନେଇ ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ପୋଷ୍ଟ କରିବା ସହ ଦୁଇ ଭଉଣୀଙ୍କର ବେଶ୍‌ ପ୍ରଶଂସା କରିଥିଲେ। ଏହାପରେ ଜ୍ୟୋତି ଓ ନେହାଙ୍କର ଏକ ଭିଡିଓ ୟୁଟ୍ୟୁବରେ ଭାଇରାଲ ମଧ୍ୟ ହୋଇଥିଲା। ଏବେ ଏମାନଙ୍କ ପାଖରେ ବଲିଉଡ୍‌ର କେତେଜଣ ନାମୀ କଳାକାର ମଧ୍ୟ ଦାଢି କାଟିଥିବା କୁହାଯାଉଛି। ପିତାଙ୍କ ସଂସାର ବୋଝକୁ ମୁଣ୍ଡରେ ନେଇ ବାହାରକୁ ଗୋଡ କାଢିଥିବା ଜ୍ୟୋତି ଓ ନେହାଙ୍କ ଭାଗ୍ୟରେ ଏବେ ପରିବର୍ତ୍ତନ ଆସିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri