Posted inଜାତୀୟ

ବଦଳିଗଲା ସଚ୍ଚିନଙ୍କ ଦାଢ଼ି କାଟିଥିବା ବାର୍ବଲ ଗର୍ଲଙ୍କ ଜୀବନ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବନଓ୍ବାରି ତୋଲା ଗାଁରେ ଥିବା ନେହା ଓ ଜ୍ୟୋତି ନାମକ ଦୁଇ ଭଉଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଦିନେ ପିତାଙ୍କର ଅସୁସ୍ଥତା ପାଇଁ ଘରୁ ଗୋଡ କାଢିଥିବା ଏହି ଦୁଇ ଭଉଣୀ କିଛି ସାଧାରଣ କାମ ହାତକୁ ନେଇ ନ ଥିଲେ। ଏମାନେ ପିତାଙ୍କ ବ୍ୟବସାୟ ସମ୍ଭାଳିବାକୁ ଯାଇ ଏକ ସେଲୁନ୍‌ ଆରମ୍ଭ କରିଥିଲେ। ଯେଉଁଠି ଏମାନେ ପୁରୁଷମାନଙ୍କର ଦାଢି କାଟୁଥିଲେ। ପ୍ରଥମେ ପ୍ରଥମେ ଏମାନେ ସମାଲୋଚନାର ଶିକାର ହୋଇଥିଲେ ମଧ୍ୟ ଏବେ ଏମାନେ ଆସିଛନ୍ତି ଚର୍ଚ୍ଚାକୁ। ଏମିତି ଏକ ଖବର ସାମ୍ନାକୁ ଆସିବା ପରେ ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚ୍ଚିନ ତେନ୍ଦୁଲକର ଜ୍ୟୋତି ଓ ନେହାଙ୍କ ସେଲୁନରେ ଆସି ଦାଢି କାଟିଥିଲେ। ଏହାପରେ ସଚ୍ଚିନ ଏହାକୁ ନେଇ ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ପୋଷ୍ଟ କରିବା ସହ ଦୁଇ ଭଉଣୀଙ୍କର ବେଶ୍‌ ପ୍ରଶଂସା କରିଥିଲେ। ଏହାପରେ ଜ୍ୟୋତି ଓ ନେହାଙ୍କର ଏକ ଭିଡିଓ ୟୁଟ୍ୟୁବରେ ଭାଇରାଲ ମଧ୍ୟ ହୋଇଥିଲା। ଏବେ ଏମାନଙ୍କ ପାଖରେ ବଲିଉଡ୍‌ର କେତେଜଣ ନାମୀ କଳାକାର ମଧ୍ୟ ଦାଢି କାଟିଥିବା କୁହାଯାଉଛି। ପିତାଙ୍କ ସଂସାର ବୋଝକୁ ମୁଣ୍ଡରେ ନେଇ ବାହାରକୁ ଗୋଡ କାଢିଥିବା ଜ୍ୟୋତି ଓ ନେହାଙ୍କ ଭାଗ୍ୟରେ ଏବେ ପରିବର୍ତ୍ତନ ଆସିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri