ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପ:ଭିତ୍ତିଭୂମି ପରଖିଲେ ଆର୍କିଟେକଚର୍‌

ଅନୁଗୋଳ ଅଫିସ, ୧୩।୮

ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପରେଖ। ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହାର ନବକଳେବର କରାଯିବ। ଏଥିସହ ବିଭିନ୍ନ ଖେଳ ସୁବିଧାରେ ଏଠାରେ ଯେପରି ଆୟୋଜନ ହୋଇପାରିବ ସେ ନେଇ ମଧ୍ୟ ବିଚାର କରାଯିବ। ଏ ନେଇ ଭିତ୍ତିଭୂମି ପରଖିବା କାର୍ଯ୍ୟ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆର୍କିଟେକଚର ଗୋପୀନାଥ ରଣା ସୋମବାର ଅନୁଗୋଳ ଷ୍ଟାଡିୟମ ଆସି ପରିଦର୍ଶନ କରି ଫେରିଛନ୍ତି। ତାଙ୍କ ସହ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।
ଅନୁଗୋଳ ଷ୍ଟାଡିୟମ ପୁରୁଣା ଗ୍ୟାଲେରିକୁ ପୂର୍ବରୁ ଅସୁରକ୍ଷିତ ଘୋଷଣା କରାଯାଇଛି। ହେଲେ ଏହାର ମରାମତି ନିମନ୍ତେ ପ୍ରଶାସନିକସ୍ତରରେ ଟଣା ଓଟରା ଜାରି ରହିଛି। ତେବେ ସୋମବାର ଭୁବନେଶ୍ୱରରୁ ଆସିଥିବା ଆର୍କିଟେକଚର ଷ୍ଟାଡିୟମର ଭିତ୍ତିଭୂମି ପରଖିବା ପରେ ଏହାର ନବକଳେବର ନେଇ ଆଶା ସୃଷ୍ଟି ହୋଇଛି। ଅସୁରକ୍ଷିତ ଥିବା ପୁରୁଣା ଗ୍ୟାଲେରିକୁ ସମ୍ପୂର୍ଣ୍ଣ ଭାବେ ଭଙ୍ଗାଯିବା ପରେ ନିର୍ମାଣ ପାଇଁ ବ୍ୟବସ୍ଥା ହେବ ବୋଲି ତାଳଚେର ବିଧାୟକ ପ୍ରଧାନ ସୂଚନା ଦେଇଛନ୍ତି। ଏଥିସହ ନୂଆ ଗ୍ୟାଲେରିର କ୍ଷମତା ଓ ଏହା କେତେ ସୁରକ୍ଷିତ ତାହାର ଯାଞ୍ଚ ଏକ ଇଞ୍ଜିନିୟରିଂ ଟିମ୍‌ କରିବେ। ଏହାପରେ ଉକ୍ତ ଗ୍ୟାଲେରି ରହିବ ନା ଭଙ୍ଗାଯିବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri