ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପ:ଭିତ୍ତିଭୂମି ପରଖିଲେ ଆର୍କିଟେକଚର୍‌

ଅନୁଗୋଳ ଅଫିସ, ୧୩।୮

ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପରେଖ। ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହାର ନବକଳେବର କରାଯିବ। ଏଥିସହ ବିଭିନ୍ନ ଖେଳ ସୁବିଧାରେ ଏଠାରେ ଯେପରି ଆୟୋଜନ ହୋଇପାରିବ ସେ ନେଇ ମଧ୍ୟ ବିଚାର କରାଯିବ। ଏ ନେଇ ଭିତ୍ତିଭୂମି ପରଖିବା କାର୍ଯ୍ୟ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆର୍କିଟେକଚର ଗୋପୀନାଥ ରଣା ସୋମବାର ଅନୁଗୋଳ ଷ୍ଟାଡିୟମ ଆସି ପରିଦର୍ଶନ କରି ଫେରିଛନ୍ତି। ତାଙ୍କ ସହ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।
ଅନୁଗୋଳ ଷ୍ଟାଡିୟମ ପୁରୁଣା ଗ୍ୟାଲେରିକୁ ପୂର୍ବରୁ ଅସୁରକ୍ଷିତ ଘୋଷଣା କରାଯାଇଛି। ହେଲେ ଏହାର ମରାମତି ନିମନ୍ତେ ପ୍ରଶାସନିକସ୍ତରରେ ଟଣା ଓଟରା ଜାରି ରହିଛି। ତେବେ ସୋମବାର ଭୁବନେଶ୍ୱରରୁ ଆସିଥିବା ଆର୍କିଟେକଚର ଷ୍ଟାଡିୟମର ଭିତ୍ତିଭୂମି ପରଖିବା ପରେ ଏହାର ନବକଳେବର ନେଇ ଆଶା ସୃଷ୍ଟି ହୋଇଛି। ଅସୁରକ୍ଷିତ ଥିବା ପୁରୁଣା ଗ୍ୟାଲେରିକୁ ସମ୍ପୂର୍ଣ୍ଣ ଭାବେ ଭଙ୍ଗାଯିବା ପରେ ନିର୍ମାଣ ପାଇଁ ବ୍ୟବସ୍ଥା ହେବ ବୋଲି ତାଳଚେର ବିଧାୟକ ପ୍ରଧାନ ସୂଚନା ଦେଇଛନ୍ତି। ଏଥିସହ ନୂଆ ଗ୍ୟାଲେରିର କ୍ଷମତା ଓ ଏହା କେତେ ସୁରକ୍ଷିତ ତାହାର ଯାଞ୍ଚ ଏକ ଇଞ୍ଜିନିୟରିଂ ଟିମ୍‌ କରିବେ। ଏହାପରେ ଉକ୍ତ ଗ୍ୟାଲେରି ରହିବ ନା ଭଙ୍ଗାଯିବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?