Posted inଖେଳ

ବଦଳିବ ପାକିସ୍ତାନ ଦଳର କୋଚିଂ ସେଟ୍‌ଅପ

କରାଚୀ,୭।୮- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦଳର କୋଚ୍‌ ମିକି ଆର୍ଥରଙ୍କ କାର୍ଯ୍ୟକାଳରେ ବୃଦ୍ଧି କରାଯିବ ନାହିଁ ବୋଲି ବୁଧବାର ଘୋଷଣା କରିଛି। ଫଳରେ ପାକିସ୍ତାନ ଦଳର କୋଚିଂ ସେଟ୍‌ଅପରେ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦଳର ବୋଲିଂ କୋଚ୍‌ ଆଝାର ମେହମୁଦ, ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବାର ଓ ଟ୍ରେନର ଗ୍ରାଣ୍ଟ ଲୁଡେନ ପଦ ଛାଡ଼ିବେ। ପିସିବି କ୍ରିକେଟ କମିଟି ଶୁକ୍ରବାର ବୈଠକରେ ସଦସ୍ୟମାନେ କୋଚ୍‌ ପରିବର୍ତ୍ତନ କରିବା ନେଇ ସୁପାରିସ ଦେଇଥିଲେ। ପିସିବି ମ୍ୟାନେଜର ଓ୍ବାସିମ ଖାନଙ୍କ ନେତୃତ୍ୱାଧୀନ କମିଟିରେ ଓ୍ବାସିମ ଆକ୍ରମ, ମିଶବା ଉଲ ହକ୍‌ ଓ ଉରୁଜ ମମତାଜ ସଦସ୍ୟ ଥିଲେ। କମିଟିର ସୁପାରିିସକୁ ମୁଁ ଗ୍ରହଣ କରୁଛି। ପାକିସ୍ତାନ ଦଳକୁ ନୂଆ ନେତୃତ୍ୱ ଦରକାର। ପିସିବି ପକ୍ଷରୁ ମୁଁ ଆର୍ଥର, ଫ୍ଲାଓର, ଲୁଡେନ ଓ ମେହମୁଦଙ୍କୁ ଧନ୍ୟବାଦ ଦେଉଛି। ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଦଳ ଭଲ ପ୍ରଦର୍ଶନ କରିଛି। କିନ୍ତୁ ଆମେ ଦଳକୁ ଆହୁରି ଆଗକୁ ନେବାକୁ ଚାହୁଁ ବୋଲି ପିସିବି ମୁଖ୍ୟ ଇସାନ ମାନି କହିଛନ୍ତି। ଉଲ୍ଲେଖଥାଉ କି, ୨୦୧୬ରେ ଆର୍ଥର ପାକିସ୍ତାନ ଦଳର କୋଚ୍‌ ଦାୟିତ୍ୱ ନେଇଥିଲେ। ତାଙ୍କ ନେତୃତ୍ୱରେ ଦଳ ୨୦୧୭ ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଥିଲା। ଏଥିସହ ଦଳ ଟି୨୦ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ହାତେଇଥିଲା। ଚୁକ୍ତି ଅନୁଯାୟୀ ତାଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେବାର ଥିଲା। କିନ୍ତୁ ଆର୍ଥର କାର୍ଯ୍ୟକାଳ ବଢ଼ାଇବା ନେଇ ପିସିବି କ୍ରିକେଟ କମିଟିକୁ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri