Posted inଜାତୀୟ

ବଦଳିଯିବ ଜମ୍ମୁ-କଶ୍ମୀରର ରୂପ, ପିଓକେର ଲୋକେ ଭାରତର ଅଂଶ ହେବାକୁ ଆଶା କରିବେ: ରାଜନାଥ

ଜମ୍ମୁ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ଭିଡିଓ କନଫରେନ୍ସିଂ ଜରିଆରେ ଜମ୍ମୁ-କଶ୍ମୀର ଜନ ସମ୍ବାଦ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଏବେ ସାରା ବିଶ୍ୱ କରୋନା ମହାମାରୀ ସହ ଲଢୁଥିବା ବେଳେ ଏହି ସଙ୍କଟ ସମୟରେ ଆମେ ଆମ ସ୍ବାସ୍ଥ୍ୟକୁ ସୁରକ୍ଷା ଦେବାକୁ ପଡିବ। ଅନୁଚ୍ଛେଦ ୩୭୦ ଓ ୩୫ଏକୁ ନେଇ ସମସ୍ତଙ୍କ ମନରେ ସଂଶୟ ଥିଲା। ହେଲେ ପୂର୍ଣ୍ଣ ସମର୍ଥନ ମିଳିବା ପରେ ଆମେ ଯାହା କହିଥିଲୁ ତାହା କରି ଦେଖାଇଲୁ ବୋଲି ସେ କହିଛନ୍ତି। ପୂର୍ବରୁ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ଅନୁଚ୍ଛେଦ ୩୭୦କୁ ନେଇ ପାକିସ୍ତାନକୁ ବହୁ ଦେଶ ସମର୍ଥନ କରୁଥିଲେ। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଯେଉଁ ନିଷ୍ପତ୍ତି ନିଆଗଲା ତାକୁ ବହୁ ମୁସଲିମ୍‌ ଦେଶ ସମର୍ଥନ ଜଣାଇଲେ। ତେଣୁ ଏବେ ପାଣିପାଗ ବଦଳି ଯାଇଛି। ଜମ୍ମୁ-କଶ୍ମୀରର ଭାଗ୍ୟ ଓ ଚିତ୍ର ବଦଳାଇବାକୁ ବହୁ ମହତ୍ୱପୁର୍ଣ୍ଣ ନିର୍ଣ୍ଣୟ ନିଆଯାଇଛି ବୋଲି ରାଜନାଥ କହିଛନ୍ତି। ଆଗାମୀ ଦିନରେ ଜମ୍ମୁ-କଶ୍ମୀରର ଚିତ୍ର ଏତେ ବଦଳି ଯିବ ଯେ ପିଓକେର ଲୋକେ ମଧ୍ୟ ଚିନ୍ତା କରିବେ ଯଦି ଆମେ ଭାରତରେ ଥାଆନ୍ତୁ ଆମର ଭାଗ୍ୟ ମଧ୍ୟ ପରିବର୍ତ୍ତନ ହୋଇଯାଇଥାଆନ୍ତା। ଆଗାମି ଦିନରେ ପିଓକେର ଲୋକେ ଭାରତର ଅଂଶ ହେବାକୁ ନିଶ୍ଚୟ ଆଶା କରିବେ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦଭ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri