ବଦଳିଲା ଏଫ୍‌ଡିଆଇ ନିୟମ;କାରସାଦି କରିପାରିବେନି ଚାଇନା, ପାକିସ୍ତାନ

 

ନୂଆଦିଲ୍ଲୀ,୧୯।୪: କରୋନା ପାଇଁ ସାରା ବିଶ୍ୱର ବଜାର ଏବେ କ୍ଷତିଗ୍ରସ୍ତ ହୋଇଛି। କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟ ଲଗାତର ଭାବେ ଖସୁଥିବା ଦେଖାଯାଇଛି। ଏଭଳି ସ୍ଥିତି ବିଦେଶୀ କମ୍ପାନୀଗୁଡିକ ଫାଇଦା ଉଠାଇବା ଚକ୍କରରେ ରହୁଥିବା ଦେଖାଯାଇଛି। ବର୍ତ୍ତମାନର ସଙ୍କଟ ସମୟରେ ଅବସରବାଦୀ ଅଧିଗ୍ରହଣ ଉପରେ ଅଙ୍କୁଶ ଲଗାଇବା ଲାଗି କେନ୍ଦ୍ର ସରକାର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମ କ୍ଷେତ୍ରରେ ପରିବର୍ତ୍ତନ କରିଛନ୍ତି। ନୂଆ ନିୟମ ମୁତାବକ ଯେଉଁ ଦେଶଗୁଡିକର ସୀମା ଭାରତକୁ ଲାଗିଛି, ସେହି ଦେଶର ନିବେଶକ ଏଠାକାର ସରକାରଙ୍କ ବିନା ଅନୁମତିରେ ନିବେଶ କରିପାରିବେ ନାହିଁ। ଅର୍ଥାତ୍‌ ଚାଇନା, ବାଂଲାଦେଶ ଏବଂ ପାକିସ୍ତାନର ନିବେଶକ କିମ୍ବା କୌଣସି କମ୍ପାନୀ ଭାରତରେ ନିବେଶ କରିବା ପାଇଁ ହେଲେ କେନ୍ଦ୍ର ସରକାରଙ୍କଠାରୁ ଜରୁରୀ ଭାବେ ଅନୁମତି ନେବେ। ଶିଳ୍ପ ଏବଂ ଆନ୍ତଃ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସରକାରଙ୍କ ବର୍ତ୍ତମାନର ନିଷ୍ପତ୍ତି ଯୋଗୁ ଚାଇନା ନିବେଶକମାନେ ବେଶି ପ୍ରଭାବିତ ହେବେ। ବର୍ତ୍ତମାନ କେବଳ ବାଂଲାଦେଶ ଏବଂ ପାକିସ୍ତାନରୁ ଆସୁଥିବା ଏଫ୍‌ଡିଆଇ ଲାଗି ଅନୁମତି ନେବାକୁ ପଡୁଛି।
ସୂଚନାଯୋଗ୍ୟ ଗତ କିଛିଦିନ ତଳେ ଚାଇନାର କେନ୍ଦ୍ରୀୟ ବ୍ୟାଙ୍କ ଏଚ୍‌ଡିଏଫ୍‌ସି ଲିମିଟେଡ୍‌ରେ ବୃହତ୍‌ ପରିମାଣର ଅଂଶଧନ କିଣି ଥିବାରୁ ବ୍ୟାଙ୍କରେ ଏହାର ଶେୟାର ୧% ଟପିଛି। ଏବେ ଚାଇନା, ସାରା ବିଶ୍ୱରେ ନିଜର ନିବେଶ ବଢ଼ାଉଛି। କୋଭିଡ୍‌-୧୯ ଲାଗି ସାରା ବିଶ୍ୱର ଶେୟାର ବଜାର କ୍ଷତିଗ୍ରସ୍ତ ହେଉଥିବା ବେଳେ ଏହାର ଫାଇଦା ନେଇ ନିବେଶ ବଢାଉଛି। ଭାରତରେ ନୂଆ ନିୟମ ମୁତାବକ କେବଳ ସରକାରୀ ରୁଟ୍‌ରେ ହିଁ ନିବେଶ ହୋଇପାରିବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ସରକାରଙ୍କ ନୂଆ ନିଷ୍ପତ୍ତି ଉପରେ ପାକିସ୍ତାନର ନିବେଶକଙ୍କ ଉପରେ ମଧ୍ୟ ସିଧାସଳଖ ପ୍ରଭାବ ପଡିବ। ଚାଇନାର ନିବେଶକମାନେ ଭାରତୀୟ ଷ୍ଟାର୍ଟଅପ୍‌ଗୁଡିକରେ ୪ ବିଲିୟନ ଡଲାରର ନିବେଶ କରିଛନ୍ତି। ଏଭଳି ସ୍ଥିତିରେ ଭାରତୀୟ ଟେକ୍ନୋଲୋଜି ଇକୋସିଷ୍ଟମକୁ ସୁରକ୍ଷିତ କରିବା ଆବଶ୍ୟକତା ରହିଛି ବୋଲି ବିଶେଷଜ୍ଞ କହିଛନ୍ତି। ସୂଚନାଯୋଗ୍ୟ ଗତ ୪ ମାସରେ କେବଳ ଚାଇନା ନିବେଶକମାନେ ୨.୩୪ ବିଲିୟନ ଡଲାର ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri